ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୭ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୮ ହଜାର ଟପିଲା

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୩୦୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡ଼ରୁ ୩୫, ଝାରସୁଗୁଡ଼ାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮, କୋରାପୁଟରୁ ୧୭, କନ୍ଧମାଳରୁ ୧୬, କେନ୍ଦୁଝରରୁ ୧୪, ବରଗଡ଼ରୁ ୧୨, ବାଲେଶ୍ୱର-କେନ୍ଦ୍ରାପଡ଼ା-ସମ୍ବଲପୁରରୁ ୧୧, ରାୟଗଡ଼ାରୁ ୧୦, ଅନୁଗୋଳରୁ ୫, ନବରଙ୍ଗପୁରରୁ ୩, କଳାହାଣ୍ଡିରୁ ୨, ବଲାଙ୍ଗୀର ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଏହାକୁ ମିାଶି ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୮,୦୬୦ରେ ପହଞ୍ଚିଥିବା ବିଭାଗ ପକ୍ଷରୁ କୁହାଯାଇଛି।

Share