ସରକାରଙ୍କୁ ୬୯୫୯ କୋଟି ଟଙ୍କା ଦେଲା SBI, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ, ୨୨।୬: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ SBI ସରକାରଙ୍କୁ ରେକର୍ଡ ପରିମାଣର ଡିଭିଡେଣ୍ଡ୍‌ ଦେଇଛି । ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ର ଚେୟାରମ୍ୟାନ୍‌ ଦୀନେଶ ଖାରା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ୬୯୫୯.୨୯ କୋଟି ଟଙ୍କାର ଚେକ୍‌ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଅର୍ଥମନ୍ତ୍ରୀ ସୂଚନା ଦେଇଛନ୍ତି । ଏହି ଡିଭିଡେଣ୍ଡ ୨୦୨୩-୨୪ ବର୍ଷର । SBI ଛଡ଼ା ବ୍ୟାଙ୍କ୍‌ ଅଫ୍‌ ମହାରାଷ୍ଟ୍ର ମଧ୍ୟ ଡିଭିଡେଣ୍ଡର ଘୋଷଣା କରିଛି ।

SBI ମଧ୍ୟ ଏହାର ସେୟାର ହୋଲ୍ଡର ବା ଅଂଶୀଦାର ମାନଙ୍କୁ ସେୟାର ପ୍ରତି ୧୩.୭୦ ପଇସା ଡିଭିଡେଣ୍ଡ ଦେବା ନେଇ ମଧ୍ୟ ଘୋଷଣା କରିଛି । ୨୦୨୩ ଆର୍ଥିକ ବର୍ଷରେ ଷ୍ଟେଟ୍‌ ବ୍ୟାଙ୍କ୍‌ ପ୍ରତି ସେୟାର ପିଛା ୧୧.୩୦ ଟଙ୍କା ଡିଭିଡେଣ୍ଡ ଘୋଷଣା କରିଥିଲା । ୨୦୨୪ ଆର୍ଥିକ ବର୍ଷରେ SBIର ନେଟ୍‌ ଲାଭ ରେକର୍ଡ କରିଛି । ବ୍ୟାଙ୍କର ମୋଟ ୬୭,୦୮୫ କୋଟି ଲାଭ ହୋଇଛି । ଅନ୍ୟପଟେ ଏହାର ପୂର୍ବ ଆର୍ଥିକ ବର୍ଷରେ ଲାଭ ୫୫,୬୪୮ କୋଟି ଟଙ୍କା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri