ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛିି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, କଟକ, କନ୍ଧମାଳ, କେନ୍ଦ୍ରପଡ଼ା ଜିଲାରୁ ଜଣେ ଲେଖାଏ ରହିଛନ୍ତି । ଏପଟେ ଗତ ୨୪ ଘଣ୍ଟାରେ ୧୪୫ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

Share