ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ

ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି।
ମାଲକାନଗିରି ଥାନା ଅନ୍ତର୍ଗତ ଏମ୍‌ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ ବିଭାଗରେ ଚାକିରି କରାଇଦେବା ପ୍ରଲୋଭନ ଦେଇଥିଲେ କୋରାପୁଟ ଜିଲା ଜୟପୁର ଅଞ୍ଚଳର ସନ୍ତୋଷ ସାହୁ। ତେବେ ଏଥିରେ ପ୍ରଜ୍ଞା ପ୍ରଲୋଭିତ ହୋଇ ଟଙ୍କା ଦେବାକୁ ରାଜି ହୋଇଥିଲେ। ପରେ ସନ୍ତୋଷ ପ୍ରଜ୍ଞାଙ୍କୁ ବିକ୍ରମ କୁମାର ଜେନା ନାମକ ବ୍ୟକ୍ତିଙ୍କ ସହ ସାକ୍ଷାତ କରାଇଥିଲେ। ଅଭିଯୁକ୍ତମାନେ ପ୍ରଜ୍ଞାଙ୍କୁ ନିଯୁକ୍ତିପତ୍ର ପାଇଁ ପଶ୍ଚିମବଙ୍ଗ ଏବଂ ଦିଲ୍ଲୀରେ ଡାକ୍ତରୀ ପରୀକ୍ଷା ପାଇଁ ଡାକିଥିଲେ। ତା’ପରେ ଅଭିଯୁକ୍ତମାନେ ତାଙ୍କ ବିଶ୍ୱାସ ଜନ୍ମାଇବା ପାଇଁ ରେଳ ବିଭାଗ ବୋର୍ଡର ନକଲି ସିଲ୍‌ ଥିବା ଏକ ନିଯୁକ୍ତିପତ୍ର ଏବଂ ଅନ୍ୟାନ୍ୟ କାଗଜପତ୍ର ପ୍ରସ୍ତୁତ କରିଥିଲେ। ଏହାପରେ ଅଭିଯୁକ୍ତମାନେ ପ୍ରଜ୍ଞାଙ୍କୁ ଚନ୍ଦ୍ରକାନ୍ତ ମହାନ୍ତିଙ୍କ ସହ ସାକ୍ଷାତ କରାଇଥିଲେ, ଯିଏକି ନିଜକୁ ଦିଲ୍ଲୀର ରେଳ କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ଏହାକୁ ନେଇ ପ୍ରଜ୍ଞା ଅଭିଯୁକ୍ତମାନଙ୍କ ଉପରେ ବିଶ୍ବାସକରି ପର୍ଯ୍ୟାୟକ୍ରମେ ୭ ଲକ୍ଷ ଟଙ୍କା ଦେଇଥିଲେ। କିନ୍ତୁ ଟଙ୍କା ନେବା ପରେ ଅଭିଯୁକ୍ତମାନେ ପ୍ରଜ୍ଞାଙ୍କୁ ଚାକିରି କରାଇ ନ ଦେବା ସହ ଟଙ୍କା ମାଗିଲେ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ପ୍ରଜ୍ଞା ମାଲକାନଗିରି ଥାନାର ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ। ଏହାକୁ ଆଧାରକରି ମାଲକାନଗିରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଘଟଣାରେ ସମ୍ପୃକ୍ତ ବିକ୍ରମ କୁମାର ଜେନାଙ୍କୁ ମାଲକାନଗିରିର ଏକ ସ୍ବତନ୍ତ୍ର ପୋଲିସ ଟିମ୍‌ ଯାଇ ଭୁବନେଶ୍ବର ଅଞ୍ଚଳରୁ ଗିରଫକରି ମାଲକାନଗିରି କୋର୍ଟରେ ହାଜର କରାଇଛି। ତେବେ ଗିରଫ ବ୍ୟକ୍ତି ଜଣଙ୍କ ବିଭିନ୍ନ ସ୍ଥାନରେ ଏହିପରି ଲୋକଙ୍କୁ ଚାକିରି ପ୍ରତିଶ୍ରୁତି ଦେଇ ଠକିଥିବା ସୂଚନା ମିଳିଛି। ପୋଲିସ ଏହି ଘଟଣାରେ କେଉଁମାନେ ସମ୍ପୃକ୍ତି ଅଛନ୍ତି ସେନେଇ ତଦନ୍ତ ଚଳାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ, ମୋଦି ବିଶ୍ୱର ସବୁଠାରୁ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ଚୋରା ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ଚୋରା ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

ମିଶନ ଶକ୍ତି ପୁନର୍ଗଠନ ବିଜ୍ଞପ୍ତିରେ ଲାଗିଲା ରୋକ

ପାଟଣା, ୨୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ବୈତରଣୀ ମିଶନ ଶକ୍ତି ଫେଡରେଶନ ପକ୍ଷରୁ କାର୍ଯ୍ୟରତ ମହିଳାମାନେ ସରକାରଙ୍କ ଜାନୁୟାରୀ ୨୨ର ବିଜ୍ଞପ୍ତି ବିରୋଧରେ ହାଇକୋର୍ଟର ଦ୍ବାରସ୍ଥ...

କିଏ ସେହି ଶକ୍ତି ଦୁବେ: ଯିଏ ହେଲେ UPSC ଟପ୍ପର, ଜାଣନ୍ତୁ କେମିତି ଥିଲା ତାଙ୍କ ଯାତ୍ରା

ପ୍ରୟାଗରାଜ,୨୨।୪: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ଆଜି ପ୍ରକାଶ ପାଇଛି। ଶକ୍ତି ଦୁବେ UPSC ସିଭିଲ ସର୍ଭିସେସ...

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image