ନବୀନଙ୍କୁ ମହାତ୍ମା ହଂସରାଜ ଗୌରବ ସମ୍ମାନ

ଭୁବନେଶ୍ୱର, ୩୦।୭: ଦେଶର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଅଧୀନ ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହ ଉତ୍ସବରେ କୁରୁକ୍ଷେତ୍ର ସାଂସଦ ତଥା ଜଣାଶୁଣା ଶିଳ୍ପପତି ନବୀନ ଜିନ୍ଦଲଙ୍କୁ ନିକଟରେ ମହାତ୍ମା ହଂସରାଜ ଗୌରବ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପରାଷ୍ଟ୍ରପତି ତଥା ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତି ଜଗଦୀପ ଧନକର ତ୍ରିରଙ୍ଗାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ନବୀନ ଜିନ୍ଦଲଙ୍କ ପ୍ରୟାସକୁ ସେ ପ୍ରଶଂସା କରିଥିଲେ। ସେହିଭଳି ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସରେ ନବୀନ ଜିନ୍ଦଲ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ଏପରିକି ଜିନ୍ଦଲ ଏହି କଲେଜର ପୂର୍ବତନ ଛାତ୍ର ଏବଂ ସେଠାରୁ ସେ ବାଣିଜ୍ୟରେ ଡିଗ୍ରୀ ହାସଲ କରିଛନ୍ତି। ଏହି ପ୍ରତିଭାବାନ ଛାତ୍ରଙ୍କ ସଫଳତା ପାଇଁ ହଂସରାଜ କଲେଜ ପକ୍ଷରୁ ତାଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର ପ୍ରଦାନ କରାଯାଇଛି। ଅପରପକ୍ଷରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ୟୋଗେଶ ସିଂହ ଏବଂ ହଂସରାଜ କଲେଜର ଅଧ୍ୟକ୍ଷ ପ୍ରଫେସର ରମା ନବୀନଙ୍କୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ସେହିପରି ନବୀନ ଜିନ୍ଦଲ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଜରିଆରେ ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ କୃତଜ୍ଞତା ଜ୍ଞାପନ କରି କହିଛନ୍ତି, ତ୍ରିରଙ୍ଗା ପାଇଁ ତାଙ୍କର ପ୍ରୟାସ ଓ ସଂଘର୍ଷକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା ତାଙ୍କ ପାଇଁ ଗର୍ବର ବିଷୟ। ତ୍ରିରଙ୍ଗା କେବଳ ଆମକୁ ଏକାଠି କରେ ନାହିଁ ବରଂ ଆମକୁ ଦେଶ ନିର୍ମାଣରେ ଯୋଗଦାନ କରିବାକୁ ପ୍ରେରଣା ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଏଭରଗ୍ରୀନ୍‌ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୫।୯ (ଅଭୟ ଦାଶ): ଦେଶର ପ୍ରମୁଖ ଚା’ ବ୍ରାଣ୍ଡ୍‌ ତଥା ନେହା ଏଣ୍ଟରପ୍ରାଇଜର୍ସ ଦ୍ୱାରା ପ୍ରସ୍ତୁତ ଲୋକପ୍ରିୟ ଉତ୍ପାଦ ଏଭରଗ୍ରୀନ ଚା’ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ...

ନିବାଭ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଭାରତର ସର୍ବବୃହତ ଘରୋଇ ଲିଫ୍ଟ ବ୍ରାଣ୍ଡ୍‌ ନିବାଭ୍‌ ଲିଫ୍ଟର ନୂତନ ଉତ୍ପାଦ ‘ନିବାଭ୍‌ ସିରିଜ୍‌-୪ ହୋମ୍‌ ଲିଫ୍ଟ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ସାମନ୍ତରାପୁରରେ ଖିମଜୀ ଜୁଏଲର୍ସର ନୂତନ ଆଉଟଲେଟ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଖିମ୍‌ଜୀ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟଲେଟ ରବିବାର ଭୁବନେଶ୍ୱରର ସାମନ୍ତରାପୁର ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଖିମ୍‌ଜୀ ଜୁଏଲର୍ସର ଚେୟାରମ୍ୟାନ ଦିନେଶ ଖିମ୍‌ଜୀ...

ରପ୍ତାନିକୁ ପ୍ରଭାବିତ କରୁଛି କଣ୍ଟେନର ଅଭାବ

ଭୁବନେଶ୍ୱର,୧୬।୯, (ଅନୁରାଧା ମହାରଣା): ମାଲ ପରିବହନ ବୃଦ୍ଧି, କଣ୍ଟେନର ଅଭାବ ଏବଂ ପ୍ରମୁଖ ରପ୍ତାନି ତଥା ବିଦେଶୀ ପରିବହନକାରୀଙ୍କ ଉପରେ ନିର୍ଭରଶୀଳତା ଦେଶର ରପ୍ତାନି କ୍ଷେତ୍ରରେ...

ୟୁକୋ ବ୍ୟାଙ୍କର ହାରାହାରି ୩୪% ମହିଳା କର୍ମଚାରୀ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଅଲ୍‌ ଇଣ୍ଡିଆ ୟୁକୋ ବ୍ୟାଙ୍କ ଅଫିସର୍ସ ଫେଡେରେଶନ (ସର୍ବଭାରତୀୟ ୟୁକୋ ବ୍ୟାଙ୍କ ଅଧିକାରୀ ସଙ୍ଗଠନ) ପକ୍ଷରୁ ଏକ ଦିନିକିଆ ମହିଳା ଅଧିକାରୀଙ୍କ ଜାତୀୟ...

ଟାଟା ମୋଟର୍ସର ଫେଷ୍ଟିଭାଲ ଅଫ୍‌ କାର୍‌ସ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଆକର୍ଷଣୀୟ ରିହାତି ଅଫର ‘ଫେଷ୍ଟିଭାଲ ଅଫ୍‌ କାର୍‌ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପୂର୍ବରୁ...

୭୩% ଭାରତୀୟ ଗ୍ରାହକଙ୍କ ପସନ୍ଦ ଅନ୍‌ଲାଇନ ଶପିଂ

ନୂଆଦିଲ୍ଲୀ,୧୫।୯ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ଓ ଅନ୍ୟାନ୍ୟ ସମସ୍ୟା ପାଇଁ ସବୁ ବର୍ଗର ଭାରତୀୟ ଅନ୍‌ଲାଇନ ପ୍ଲାଟ୍‌ଫର୍ମରେ କିଣାକିଣି କରିବାକୁ ଅଧିକ ପସନ୍ଦ କରୁଛନ୍ତି।...

ଫ୍ଲିପ୍‌କାର୍ଡରେ ଜବରଦସ୍ତ ଅଫର୍‌: ଶସ୍ତାରେ ମିଳିବ ଏହି ୨୪ ସ୍ମାର୍ଟଫୋନ

ଆଗକୁ ଆସୁଛି ପାର୍ବଣ ଋତୁ। ଏଥର ଫ୍ଲିପକାର୍ଟ ଏବଂ ଆମାଜନ ଏକ ବମ୍ପର ସେଲ୍‌ ଆରମ୍ଭ ହେବାକୁ ଯାଉଛି। ଫ୍ଲିପକାର୍ଟ ବିଗ୍‌ ବିଲିୟନ ଡେ’ରେ ଗ୍ରାହକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri