କେସିଙ୍ଗାରେ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ ଏ ସିରେ ନାଗରିକ କମିଟି ଓ ଏନ ଏ ସିର ମିଳିତ ଉଦ୍ୟମରେ ୭୭ତମ ସ୍ବାଧୀନତା ଦିବସ ମଙ୍ଗଳବାର ବିଦ୍ୟାପୀଠର ଖେଳ ପଡ଼ିଆଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ଏନ ଏ ସିର ଅଧ୍ୟକ୍ଷ ନୃପରାଜ ଯାଦବ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜନସାଧାରଣଙ୍କୁ ସମ୍ବୋଧନ କରି ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ରଙ୍କ ଠାରୁ ଅଭିବାଦନ ଗ୍ରହଣ କରିଥିଲେ। କେସିଙ୍ଗା ସହରକୁ ସବୁଜ ସୁନ୍ଦର କରିବା ସହ ବହୁ କଲ୍ୟାଣକାରୀ ଯୋଜନା କରାଯାଉଛି। ରାଜ୍ୟ ସରକାରଙ୍କ ବିଭିନ୍ନ ପ୍ରକଳ୍ପ କରିବା ସହିତ ତୃଣମୂଳ ସ୍ତରରେ ରାଜ୍ୟ ସରକାରଙ୍କ ସୁଶାସନ ପହଞ୍ଚାଇବାବାକୁ ସବୁ ପ୍ରକାର ଉଦ୍ୟମ କରାଯାଉଛି। ସହରରେ ସ୍ବାସ୍ଥ୍ୟ, ଶିକ୍ଷା, ଆଲୋକିକରଣ, ରାସ୍ତା ଘାଟ, ଡ୍ରେନ, ପାନୀୟଜଳ, ସହରବାସୀଙ୍କୁ ଯୋଗାଇ ଦିଆଯାଉଛି। ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାକୁ ବିକାଶ କରିବା କ୍ଷେତ୍ରରେ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟ ଅତିଥି ପ୍ରକାଶ କରିଥିଲେ। ସହରର ବିଭିନ୍ନ ସ୍କୁଲ, କଲେଜର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ୩୨ଟି ଦଳ ମାର୍ଚ୍ଚ ଫାଷ୍ଟ କରିଥିଲେ। ୧୯ଟି ଦଳ ବିଭିନ୍ନ ଗ୍ରୁପ ଡାନ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। କୃତି ଛାତ୍ରୀଛାତ୍ରଙ୍କୁ ଅତିଥି ଗଣ ପୁରସ୍କୃତ କରିଥିଲେ। ଏହି ଉତ୍ସବରେ ନୂତନ ଭାବେ ଯୋଗଦାନ କରିଥିବା ଆଇ ଆଇ ସି ପ୍ରଦୁଦ୍ମ ମହାପାତ୍ର, ପୂର୍ବତନ ଆଇ ଆଇ ସି ଏସ.କେ.ନନ୍ଦ,ତହସିଲଦାର ଯୁଗେଶ୍ୱର ସାହୁ,ଉପାଧ୍ୟକ୍ଷା ସରସ୍ବତୀ ସାହା, ସମସ୍ତ କାଉନସିଲର ବୃନ୍ଦ ମଞ୍ଚାସୀନ ହୋଇଥିଲେ। ବିଜେଡି ଟାଉନ ସଭାପତି ରମେଶ ପଟ୍ଟନାୟକ, ଯୁବ ସଂଗଠକ ଶିଲୁ ପରିଡା ପ୍ରମୁଖ ଉପସ୍ଥିତ ଥିଲେ। ମଞ୍ଚ ପରିଚାଳନା କରିଥିଲେ ଅସର ପ୍ରାପ୍ତ ଅଧ୍ୟାପକ ବି.ଚନ୍ଦ୍ର ଶେଖର ଆଚାରି।

 


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri