ପିଇବା ପାଣି, ଶିକ୍ଷାର ଅବ୍ୟବସ୍ଥା ନେଇ ହଟ୍ଟଗୋଳ

ଦାରିଙ୍ଗବାଡ଼ି,୨।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ସପ୍ତମ ବୈଠକ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମ୍‌ପିଡ. ଅଚ୍ୟୁତ ସାମନ୍ତ ଯୋଗଦେଇଥିବା ବେଳେ ଅନ୍ୟ ଅତିଥିଙ୍କ ମଧ୍ୟରେ ଜିଲାପରିଷଦ ସଦସ୍ୟ ୧୧ ନମ୍ବର ଜୋନର ଦୀପିକା ମୁଠାମାଝି, ୧୦ ନମ୍ବର ଜୋନର ରଞ୍ଜନ ପ୍ରଧାନ, ବିଧାୟକଙ୍କ ପ୍ରତିନିଧି ଦୀପକ କୁମାର ସାହୁ, ବ୍ଲକ ଉପାଧ୍ୟକ୍ଷା ପ୍ରମୁଖ ମଞ୍ଚାସୀନ ଥିଲେ।

କାର୍ଯ୍ୟକ୍ରମକୁ ବିଡ଼ିଓ ଗଦାଧର ପାତ୍ର ସଞ୍ଚାଳନ କରିଥିଲେ। ହେଲେ ବୈଠକ ଆରମ୍ଭ ପୂର୍ବରୁ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିଲା। ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଅନୁଦାନ ଆସିଥିବା କୁହାଯାଉଥିବା ବେଳେ ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଉ ନାହିଁକି ପଞ୍ଚାୟତ ଓ ଗ୍ରାମସ୍ତରରେ କୌଣସି ବୈଠକ କରି କାର୍ଯ୍ୟଖସଡ଼ା ପ୍ରସ୍ତୁତି କରାଯାଉ ନ ଥିବାନେଇ ଜନପ୍ରତିନିଧିଙ୍କ ମହଲରେ ଅସନ୍ତୋଷ ଦେଖାଯାଇଥିଲା।

ବିଡ଼ିଓ ଗଦାଧର ପାତ୍ର ଉପସ୍ଥିତ ଜନପ୍ରତିନିଧିଙ୍କୁ କହିଥିଲେ, ରାଜ୍ୟସରକାରଙ୍କ ଗାଇଡ୍‌ଲାଇନ ଓ ଜିଲାପରିଷଦ ଓ ଜିଲାପାଳଙ୍କ ନିକଟରେ ହୋଇଥିବା ବିଭିନ୍ନ ସମସ୍ୟାର ଅଭିଯୋଗର ସମାଧାନ ପାଇଁ ପ୍ରତି ପଞ୍ଚାୟତରେ ବିକାଶ କାର୍ଯ୍ୟପାଇଁ ଉକ୍ତ ଅନୁଦାନ ରହିଛି, ଯାହାକି ଜିଲା ପ୍ରଶାସନର ତଦାରଖରେ ବିକାଶ କାର୍ଯ୍ୟ କରାଯାଉଥିବା କହିଥିଲେ। ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।

ସେହିପରି ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବିଶେଷ କରି ବାଡାବାଙ୍ଗା, ଭ୍ରମରବାଡ଼ି ଆଦି ପଞ୍ଚାୟତରେ ବିଇଓଙ୍କ ପରିଦର୍ଶନ ଠିକ୍‌ ଭାବେ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ସେହିପରି ଶିକ୍ଷୟିତ୍ରୀ, ଶିକ୍ଷକମାନେ ୟୁନିଫର୍ମ ପରିଧାନ କରୁ ନ ଥିବା ଅଭିଯୋଗ ହୋଇଥିଲା। ଅନେକ ବିଦ୍ୟାଳୟରେ ପାଳି କରି ଶିକ୍ଷୟିତ୍ରୀ, ଶିକ୍ଷକମାନେ ବିଦ୍ୟାଳୟରେ ପହଞ୍ଚୁ ଥିବା ଅଭିଯୋଗ ହୋଇଥିଲା। ବିଇଓ ରସାନନ୍ଦ କର ଉତ୍ତରରେ କହିଥିଲେ, ସେଭଳି ତାଙ୍କ ନିକଟରେ କୌଣସି ଲିଖିତ ଅଭିଯୋଗ ଆସିନାହିଁ। ଲିଖିତ ଅଭିଯୋଗ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଥିଲେ।

ସେହିପରି ବିଭିନ୍ନ ବିଦ୍ୟାଳୟ, ଛାତ୍ରାବାସରେ ଜାଳେଣି କାଠକୁ ବନ୍ଦ କରିବାକୁ ପରାମର୍ଶ ଦେଇଥିଲେ। ଏପରିକି ସରକାର ରନ୍ଧନ ଗ୍ୟାସ ପାଇଁ ଅନୁଦାନ ଦେଉଥିବା ସେ ପ୍ରକାଶ କରିଥିଲେ। ସେହିପରି ବୁଡ଼ାଗୁଡା ସମେତ ଦାରିଙ୍ଗବାଡି, ଭ୍ରମରବାଡ଼ି, ସିର୍କାବର୍ଗ ଭଳି ପଞ୍ଚାୟତରେ ପିଇବା ପାଣିର ଉତ୍କଟ ସମସ୍ୟା ସମ୍ପର୍କରେ ଜନପ୍ରତିନିଧି ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri