୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ ସୁବିଧା ସୁଯୋଗ ଯୋଗାଇ ଆସୁଛନ୍ତି। କିନ୍ତୁ କେଉଁଠି ଶିକ୍ଷକର ଅଭାବ ରହୁଛି ତ ଆଉ କେଉଁଠି ଶ୍ରେଣୀ ଗୃହର ଅଭାବ ରହୁଛି।
ତେବେ କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁସ୍ଥିତ ରହିଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ ରହିଥିବାରୁ ଛାତ୍ରୀଛାତ୍ର ସ୍କୁଲ ବାରଣ୍ଡାରେ ଅଧ୍ୟୟନ କରୁଥିବା ଦେଖିବାକୁ ମିଳିଛି।
ଏହି ସ୍କୁଲ ୧୯୬୨ରେ ସ୍ଥାପିତ ହୋଇଥିବା ବେଳେ ପ୍ରଥମେ ଏହା ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିଲା। ପରେ ସରକାରଙ୍କ ପକ୍ଷରୁ ଅଷ୍ଟମ ଶ୍ରେଣୀକୁ ସଂଯୋଗ କରାଗଲା।
ଏଥିରେ ପର୍ଯ୍ୟାପ୍ତ ପରିମାଣର କୋଠରି ରହିନଥିବାରୁ ଛାତ୍ରୀଛାତ୍ର ସ୍କୁଲ ବାରଣ୍ଡାରେ ବସିବା ପାଇଁ
ବାଧ୍ୟ ହେଉଛନ୍ତି। ଏଥିରେ ଶିକ୍ଷାଦାନ ଦେବା ନିମନ୍ତେ ଜଣେ ପ୍ରଧାନଶିକ୍ଷକଙ୍କ ସମେତ ୪ ଜଣ ଶିକ୍ଷୟିତ୍ରୀଶିକ୍ଷକ ରହିଥିବା ବେଳେ ୧୧୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସ୍କୁଲ ଗୃହ ଅଭାବ ନେଇ ଅନେକ ଥର ଅଭିଭାବକ ତଥା ସ୍କୁଲ କମିଟି ସମ୍ପୃକ୍ତ ବିଭାଗ ଗୋଷ୍ଠୀ ଶିକ୍ଷା ଅଧିକାରୀ କେସିଙ୍ଗକୁ ବହୁବାର ଅଭିଯୋଗ କରି ଆସୁଛନ୍ତି।କିନ୍ତୁ ଆଜିପର୍ଯ୍ୟନ୍ତ କୌଣସି ସୁଫଳ ମିଳି ପାରିନାହିଁ। ଫଳରେ ଏନେଇ ଅଭିଭାବକ ତଥା ଗାଁ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏଣୁ ଏଦିଗରେ ସମ୍ପୃକ୍ତ ବିଭାଗ ତୁରନ୍ତ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀ ପକ୍ଷରୁ ଦାବି ହୋଇଛି। ଏ ସଂକ୍ରାନ୍ତରେ କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରାଙ୍କୁ ପଚାରିବାରୁ ମୁଁ ତଦନ୍ତ କଲା ପରେ ବିଚାର କରିବି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪: ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାନାରେ କହିଲେ…

ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image