ଘରେ କେହି ନ ଥିବା ବେଳେ ୮ ମାସର ଗର୍ଭବତୀ ଖୁଡିଙ୍କୁ ବଳାତ୍କାର କଲେ ପୁତୁରା, ପ୍ରତିବାଦ କରିବାରୁ…

ବାଲିଗୁଡା,୨୦।୧: (ସଞ୍ଜୟ କୁମାର ପାଣିଗ୍ରାହୀ): ୮ ମାସର ଗର୍ଭବତୀ ଖୁଡିଙ୍କୁ ସମ୍ପର୍କୀୟର ଜଣେ ପୁତୁରା ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି।  ଏପରିକି ଗର୍ଭବତୀ ଖୁଡି ଜଣଙ୍କ ପୁତୁରାଙ୍କୁ ପ୍ରତିବାଦ କରିବାରୁ ଅତି ନିର୍ମମ ଭାବେ ଖୁଡିଙ୍କୁ କାଠ ଫାଳିଆରେ ପିଟିବା ସହ ଗର୍ଭବତୀ ମହିଳାଙ୍କ ଶରୀରକୁ ଗୋଇଠା ମାରିଥିବା ମଧ୍ୟ ଅଭିଯୋଗ ହୋଇଛି। ଶେଷରେ ଅମାନୁଷିକ ପୁତୁରା ଘୋଷାରି ଘୋଷାରି ଗର୍ଭବତୀ ଖୁଡିଙ୍କୁ ନେଇ ବଳାତ୍କାର କରିଥିବା ମଧ୍ୟ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ବାମୀ। ସମ୍ପର୍କୀୟ ପୁତୁରା ଦ୍ୱାରା ଲହୁ ଲୁହାଣ ଖୁଡିଙ୍କୁ ତାଙ୍କ ସ୍ବାମୀ ଗୁରୁତର ଅବସ୍ଥାରେ ବାଲିଗୁଡା ମେଡିକାଲରେ ଭର୍ତ୍ତି କରାଇଛନ୍ତି। ହେଲେ ଗର୍ଭବତୀ ମହିଳାଙ୍କ ଅବସ୍ଥା ଅଧିକ ଗୁରୁତର ହୋଇଥିବା ନେଇ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ବାଲିଗୁଡା ଥାନା ବୁଡୁରୁକିଆ ପଞ୍ଚାୟତରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସେହି ଗ୍ରାମର ସମ୍ପର୍କୀୟ ପୁତୁରା ଜଣଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ବଳାତ୍କାର କରିଥିବା ପୀଡିତାଙ୍କ ସ୍ବାମୀ କହିଛନ୍ତି। ତେବେ ଏ ନେଇ କୌଣସି ଲିଖିତ ଅଭିଯୋଗ ବାଲିଗୁଡା ଥାନାରେ ହୋଇ ନ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନରେ ତିନି ଦିନିଆ ଅସ୍ତ୍ରବିରତି ଘୋଷଣା କଲେ ପୁଟିନ

ନୂଆଦିଲ୍ଲୀ,୨୮।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ଏକ ଅସ୍ଥାୟୀ ଅସ୍ତ୍ରବିରତି ଘୋଷଣା କରିଛନ୍ତି।କ୍ରେମଲିନ କହିଛି ଯେ ଏହି ଅସ୍ତ୍ରବିରତି ମେ ୮ ତାରିଖ...

ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧିନ ଟିଟାମିୟମ କମ୍ପାନୀ ଗେଟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ...

ଡ୍ୟାମ ଗେଟ ବନ୍ଦ: ଧାନ ଫସଲକୁ ନେଇ ଚିନ୍ତାରେ ଚାଷୀ

କେନ୍ଦୁଝର,୨୮ା୪: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ କଣ୍ତରା ପଞ୍ଚାୟତ ଦାମପୁର ଓ କାନପୁର ଗ୍ରାମର ଚାଷୀମାନେ ଖରାଟିଆ ଧାନ ଫସଲ କରିଛନ୍ତି। ତେବେ କାନପୁର...

୨ ଦିବସୀୟ ରାଉରକେଲା ଗସ୍ତରେ ଡିଜି ଖୁରାନିଆ

ରାଉରକେଲା ,୨୮।୪(ସଂଗୀତା ଜେନା): ରାଜ୍ୟରେ ୧୨ ଜଣ ପାକିସ୍ତାନୀ ଅଛନ୍ତି। ସମସ୍ତଙ୍କୁ ଲିଭ ଇଣ୍ଡିଆ ନୋଟିସ ଦିଆଯାଇଛି। କେତେ ଜଣେ ପାକିସ୍ତାନୀ ଯାଇ ସାରିଲେଣି। ଏବେ...

ସାବୁନ ଫେଣର କଥା: ସାବୁନ ଯେଉଁ ରଙ୍ଗର ହେଉ ନା କାହିଁକି ଫେଣ କିନ୍ତୁ ଧଳାରଙ୍ଗ ଜାଣନ୍ତୁ କାହିଁକି ?

ଗାଧୋଇବା ସମୟରେ ହେଉ କି ଲୁଗା ସଫା ଅବା ବାସନ ମାଜିବାବେଳେ ବ୍ୟବହାର କରାଯାଉଥିବା ସାବୁନ୍‌ରୁ ଫେଣ ବାହାରୁଥିବା ଦେଖିଥିବେ। ସାବୁନ ଯେଉଁ ରଙ୍ଗର ହେଉ...

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ...

ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ...

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image