Posted inଜାତୀୟ

ଶପଥ ଉତ୍ସବ ସାକ୍ଷୀ ହେଲେ ୮ ହଜାର ଅତିଥି

ନୂଆଦିଲ୍ଲୀ,୧୦।୬: ବରିଷ୍ଠ ଭାଜପା ନେତା ନରେନ୍ଦ୍ର ମୋଦି ରବିବାର କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଶପଥ ଗ୍ରହଣ ଉତ୍ସବରେ ୮,୦୦୦ରୁ ଊର୍ଦ୍ଧ୍ୱ ଅତିଥି ଉପସ୍ଥିତ ରହିଥିଲେ। ସେମାନଙ୍କ ମଧ୍ୟରେ ଥିଲେ ୭ ପଡୋଶୀ ଦେଶର ନେତାଙ୍କ ସମେତ ବହୁସଂଖ୍ୟାରେ ରାଜନେତା, ବିଜ୍‌ନେସ ଲିଡର, ସେଲିବ୍ରିଟି ଏବଂ ସାଧାରଣ ବର୍ଗର ଲୋକେ। ରାଷ୍ଟ୍ରପତି ଭବନ ନାରଙ୍ଗୀ, ଧଳା ଓ ସବୁଜ ରଙ୍ଗର ଆଲୋକରେ ଉଦ୍ଭାସିତ ହୋଇଥିଲା।

ଉତ୍ସବରେ ବିଶ୍ୱନେତା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡୋଶୀ ଦେଶ ତଥା ଭାରତ ମହାସାଗର ଅଞ୍ଚଳର ଶୀର୍ଷ ନେତାମାନେ ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା, ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’, ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ, ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ, ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ୍‌ ଟୋବ୍‌ଗେ ଏବଂ ସିଚେଲ୍ସ ଉପରାଷ୍ଟ୍ରପତି ଅହମଦ ଅଫିଫ୍‌। ହାସିନା ଏବଂ ଅଫିଫ୍‌ ଶନିବାରଠାରୁ ଆସିଥିବାବେଳେ ଅନ୍ୟମାନେ ରବିବାର ଦିଲ୍ଲୀରେ ପହଞ୍ଚତ୍ଥିଲେ। ଭାରତ ଓ ମାଳଦ୍ୱୀପ ସମ୍ପର୍କରେ ଅବନତି ଦେଖାଦେଇଥିବାବେଳେ ମୋଦିଙ୍କ ଶପଥ ଉତ୍ସବରେ ମୁଇଜୁଙ୍କ ଯୋଗଦାନ ବେଶ୍‌ ଉଲ୍ଲେଖଯୋଗ୍ୟ। ଗତବର୍ଷ ନଭେମ୍ବରରେ ସେ ମାଳଦ୍ୱୀପର ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଭାରତ ଗସ୍ତରେ ଆସିଛନ୍ତି।

ସୂଚନାଯୋଗ୍ୟ, ୨୦୧୪ରେ ମୋଦି ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାବେଳେ ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଗଠନ (ଏସ୍‌ଏଏଆର୍‌ସି)ର ନେତାମାନେ ଅତିଥି ହୋଇଥିଲେ। ୨୦୧୯ରେ ମୋଦିଙ୍କ ଦ୍ୱିତୀୟ ପାଳି ସରକାରର ଶପଥ ଉତ୍ସବରେ ବିଆଇଏମ୍‌ଏସ୍‌ଟିଇସି (ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ୍‌ ଫର୍‌ ମଲ୍ଟି-ସେକ୍ଟରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ) ରାଷ୍ଟ୍ରର ନେତାମାନେ ଅତିଥି ଥିଲେ।

ସେଲିବ୍ରିଟି ଓ ବିଶିଷ୍ଟ ବ୍ୟକ୍ତି
ପ୍ରଧାନମନ୍ତ୍ରୀଙ୍କ ଶପଥ ଉତ୍ସବରେ ବହୁ ସେଲିବ୍ରିଟି ଓ ବିଶିଷ୍ଟ ବ୍ୟକ୍ତି ଏବଂ ଶିଳ୍ପପତି ସାମିଲ ହୋଇଛନ୍ତି। ସେଲିବ୍ରିଟିଙ୍କ ମଧ୍ୟରେ ଅଛନ୍ତି ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌, ଅକ୍ଷୟ କୁମାର, ଅନିଲ କପୁର, ରଜନୀକାନ୍ତ, ରବିନା ଟଣ୍ଡନ, ଅନୁପମ ଖେର୍‌ ଏବଂ ବିକ୍ରାନ୍ତ ମାସି। ସେହିପରି ଶିଳ୍ପପତିମାନଙ୍କ ମଧ୍ୟରେ ରହିଛନ୍ତି ମୁକେଶ ଅମ୍ବାନୀ, ଗୌତମ ଆଦାନୀ ଓ ଅନ୍ୟମାନେ। ମୁକେଶଙ୍କ ଦୁଇପୁଅ ଆକାଶ ଓ ଅନନ୍ତଙ୍କ ସମେତ ଜ୍ୱାଇଁ ଆନନ୍ଦ ପିରାମାଲ ଉତ୍ସବରେ ଯୋଗଦେଇଥିବାବେଳେ ଆଦାନୀଙ୍କ ସ୍ତ୍ରୀ ପ୍ରୀତି ଓ ଭାଇ ରାଜେଶ ଆଦାନୀ ମଧ୍ୟ ଉପସ୍ଥିତ ଥିଲେ। ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ରହିଛନ୍ତି, ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ତାଙ୍କ ସ୍ତ୍ରୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରତିଭା ପାଟିଲ ପ୍ରମୁଖ। ଏହା ବ୍ୟତୀତ ବିଭିନ୍ନ ଧର୍ମୀୟ ନେତା ମଧ୍ୟ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିଲେ।

କିନ୍ନର, ସଫେଇ କର୍ମଚାରୀ, ଶ୍ରମିକ ଅତିଥି
ଶପଥ ଉତ୍ସବରେ ପଡୋଶୀ ଦେଶର ନେତା, ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାମାନେ କେବଳ ଅତିଥି ହୋଇନାହାନ୍ତି, ଅତି ସାଧାରଣ ବର୍ଗର ଲୋକଙ୍କୁ ମଧ୍ୟ ଅତିଥି ତାଲିକାରେ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ଅଛନ୍ତି କିନ୍ନର, ସଫେଇ କର୍ମଚାରୀ ଏବଂ ନୂଆ ପାର୍ଲାମେଣ୍ଟ ଭବନ ନିର୍ମାଣରେ ସାମିଲ ଥିବା ଶ୍ରମିକ। ଉତ୍ସବ ପୂର୍ବରୁ ଭାଜପା ଏମ୍‌ପି ତଥା ପୂର୍ବତନ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାର କିନ୍ନର ସମ୍ପ୍ରଦାୟର ସଦସ୍ୟମାନଙ୍କୁ ନିଜ ବାସଭବନରେ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ପୂର୍ବତନ ଜଳଶକ୍ତି ମନ୍ତ୍ରୀ ତଥା ଭାଜପା ଏମ୍‌ପି ଗଜେନ୍ଦ୍ର ଶେଖାଓ୍ବତ ସଫେଇ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ସବ୍‌ କା ସାଥ୍‌, ସବ୍‌ କା ବିଶ୍ୱାସ ଏବଂ ସବ୍‌ କା ପ୍ରୟାସ’ ଆହ୍ବାନର ଏହା ଅଂଶବିଶେଷ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri