Posted inଜାତୀୟ

ହାଇକୋର୍ଟରେ ବାହାରିଲା ୮୦ ପଦବୀ ପାଇଁ ବିଜ୍ଞପ୍ତି, ଏହି ଦିନ ଶେଷ ତାରିଖ

ନୂଆଦିଲ୍ଲୀ,୨।୬: ପାଟଣା ହାଇକୋର୍ଟରେ ୮୦ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ହାଇକୋର୍ଟରେ ଖାଲି ପଡ଼ିଥିବା ଟ୍ରାନ୍ସଲେଟର ଏବଂ ଟ୍ରାନ୍ସଲେଟର କମ୍‌ ପ୍ରୁଫ୍‌ ରିଡର ପଦବୀ ଖୁବ୍‌ ଶୀଘ୍ର ପୂରଣ କରାଯିବ। ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଏହି ପଦବୀ ଗୁଡ଼ିକ ପାଇଁ ଇଚ୍ଛୁକ ଥିବା ପ୍ରାର୍ଥୀ ୩୦ ଜୁନ୍‌ ୨୦୨୪ ମଧ୍ୟରେ ଆବେଦନ କରିବେ। ଏଥିପାଇଁ ପାଟଣା ହାଇକୋର୍ଟର ଅଫିସିଆଲ୍‌ ୱେବ୍‌ସାଇଟ୍‌ patnahighcourt.gov.inରେ ଆଶାୟୀ ଫର୍ମ ଆବେଦନ କରିବେ। ଜୁନ୍‌ ୩୦ରେ ଆବେଦନ ସରୁଥିବା ବେଳେ ଏଥିପାଇଁ ଆବଶ୍ୟକ ଫି, ୨ ଜୁଲାଇ ୨୦୨୪ ପର୍ଯ୍ୟନ୍ତ ଆବେଦନକାରୀ ପଇଠ କରିପାରିବେ।

ତେବେ କହିରଖୁଛୁ ଯେ, ଟ୍ରାନ୍ସଲେଟର ପଦ ପାଇଁ ଆଶାୟୀ କୌଣସି ୟୁନିଭରସିଟିରୁ ସ୍ନାତକ ଡିଗ୍ରୀ ପାସ୍‌ କରିଥିବା ଆବଶ୍ୟକ। ଏଥିସହିତ ସ୍ନାତକରେ ହିନ୍ଦୀ ଏବଂ ଇଂରାଜୀ ବିଷୟ ରହିଥିବା ନିହାତି ଜରୁରୀ। ଏହାଛଡ଼ା ଟ୍ରାନ୍ସଲେସନ୍‌ରେ ୬ମାସର ଡିପ୍ଲୋମା କିମ଼୍ବା ସାର୍ଟିଫିକେଟ୍‌ କୋର୍ସ ଆଶାୟୀ କରିଥିବା ଦରକାର। ସେହିପରି ଜାନୁଆରୀ ୧,୨୦୨୪ ପର୍ଯ୍ୟନ୍ତ ଆବେଦନକାରୀଙ୍କୁ ୧୮ ବର୍ଷରୁ ୩୭ ବର୍ଷ ହୋଇଥିବା ଆବଶ୍ୟକ। ଏଥିରେ କିଛି ଶ୍ରେଣୀର ଆବେଦନକାରୀଙ୍କ ବୟସ ସୀମା କୋହଳ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri