Advertisement

ଭଦ୍ରକରେ ୮୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୬ା୮: ଗୁରୁବାର ଭଦ୍ରକରେ ପୁଣି ୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୪୫ ଜଣ ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୮୦୫ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୨୦, ୮୩୦ ରୋଗୀଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୮୦୫ ଏବଂ ୬୧୧ଜଣ ସୁସ୍ଥ ହୋଇଛନ୍ତି। ୧୯୨ ଜଣ ଚିକିତ୍ସିତ ହେଉଛନ୍ତି। ୨ ଜଣଙ୍କ ମୃତ୍ୟୁ ଘଟିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share