ପିଏମଶ୍ରୀ ସ୍କୁଲ୍ ଅଧୀନରେ ସାମିଲ ହେବ ରାଜ୍ୟର ୮ଶହ ବିଦ୍ୟାଳୟ

ଭୁବନେଶ୍ୱର,୧୦।୭: ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଏବଂ ଶୈକ୍ଷିକ ଗୁଣବତ୍ତା ବୃଦ୍ଧି କରିବା ଲକ୍ଷ୍ୟରେ ରାଜ୍ୟରେ ପିଏମ୍‍ଶ୍ରୀ ସ୍କୁଲ୍‍ ଯୋଜନା ଲାଗୁ କରାଯାଇଛି । ଏହି ଯୋଜନା ଦ୍ୱାରା ପ୍ରାୟ ୮ଶହ ବିଦ୍ୟାଳୟ ଉପକୃତ ହେବେ । କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଓ ରାଜ୍ୟ ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏ ନେଇ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

କେନ୍ଦ୍ର ସରକାର, ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାର, ସ୍ଥାନୀୟ ସଂସ୍ଥା, କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି, ଗୁଣବତ୍ତା ବୃଦ୍ଧି କରିବା ଏହି ପଦକ୍ଷେପର ଉଦ୍ଦେଶ୍ୟ। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଉକ୍ତ ସ୍କୁଲଗୁଡିକ ଜାତୀୟ ଶିକ୍ଷାନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ। ଏହା ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବେ କାର୍ଯ୍ୟ କରିବ। ପିଲାମାନଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ବୈଜ୍ଞାନିକ ମନୋଭାବକୁ ବଢ଼ାଇବା ପାଇଁ ଏବଂ କଳା, ସାହିତ୍ୟ ବିଜ୍ଞାନରେ ସୃଜନଶୀଳତା ବଢ଼ାଇବା ସହ ସବୁ ଦୃଷ୍ଟିରୁ ଶିକ୍ଷୟିତ୍ରୀଶିକ୍ଷକଙ୍କ ଦକ୍ଷତା ବଢ଼ାଇବା ଦିଗରେ ପିଏମ୍‌ ଶ୍ରୀର ଯୋଜନା।

ଏହି ସ୍କୁଲଗୁଡିକ ଜାତୀୟ ଶିକ୍ଷାନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢ଼ାର ପଦ୍ଧତି, ଶିକ୍ଷକମାନଙ୍କ ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ। ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ(କେଭିଏସ୍‌) ଏବଂ ନବୋଦୟ ବିଦ୍ୟାଳୟ ସମିତି(ଏନ୍‌ଭିଏସ୍‌) ମୋଦି ସରକାରଙ୍କ ଯୋଜନା ପିଏମ୍‌ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟଗୁଡ଼ିକର ଉନ୍ନତୀକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି। ଏହି ଯୋଜନାରେ ଓଡ଼ିଶାର ପ୍ରତ୍ୟେକ ବ୍ଲକ୍‌ ଏବଂ ପୌରାଞ୍ଚଳରେ ୨ଟି ଲେଖାଏ ସ୍କୁଲକୁ ପିଏମ୍‌ ଶ୍ରୀ ସ୍କୁଲରେ ବିକଶିତ କରାଯିବ।

ଓଡ଼ିଶାରେ ପ୍ରାୟ ୮୦୦ଟି ସ୍କୁଲ ପିଏମ୍‌ ଶ୍ରୀ ସ୍କୁଲରେ ବିକଶିତ ହେବା ଯୋଜନା ରହିଛି। ପିଏମ୍‌ଶ୍ରୀ ସ୍କୁଲଗୁଡିକ ଉତ୍ସାହଭରା ପରିବେଶରେ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ। ଏହି ସ୍କୁଲଗୁଡ଼ିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଏକବିଂଶ ଶତାବ୍ଦୀର ପ୍ରମୁଖ ଦକ୍ଷତା ସହ ସାମଗ୍ରିକ ବ୍ୟକ୍ତି ସୃଷ୍ଟି କରିବା ଦିଗରେ ସହାୟକ ହେବ। ସମଗ୍ର ଭାରତବର୍ଷରେ ବିକଶିତ ଓ ନବୀକରଣ ହେବାକୁ ଥିବା ପିଏମ୍‌ ଶ୍ରୀ ସ୍କୁଲ ଦେଶର ସର୍ବଶ୍ରେଷ୍ଠ ବିଦ୍ୟାଳୟ ଭାବେ ବିବେଚିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ବାଛୁରୀକୁ ଖାଇଗଲା ବାଘ

ଭଞ୍ଜନଗର,୨୭ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଚ୍ଛେଦାଭୂମିରେ ଏକ ହେଟାବାଘ ବାଛୁରୀକୁ ମାରି ଖାଇ ଦେଇଥିବା ଅଭିଯୋଗ ହେଶଇଛି। ବାଛୁରୀ ମାଲିକ ବଳରାମ ଗୌଡ...

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ...

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ପାଳପକାଇ ସ୍କୁଟି ସହ ଯୁବକଙ୍କୁ ଜାଳିଦେଲେ

ସୁନ୍ଦରଗଡ଼,୨୮।୧୨(ଜୟ ନାରାୟଣ ମେଣ୍ଡୁଳି): ପାଳଗଦାରୁ ସ୍କୁଟି ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଛି। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲେଫ୍ରିପଡ଼ା ଥାନା ସର୍ଗିପାଲି...

ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା

ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ...

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri