ବିପଦରେ ଗଜରାଜ, ବର୍ଷକରେ ମରିଛନ୍ତି ୮୧ ହାତୀ: ମନ୍ତ୍ରୀ

ଭୁବନେଶ୍ୱର,୧୮।୨: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଉତ୍ତର ରଖି ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଥିବା ସୂଚନା ଦେଇଛନ୍ତି।

ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି। ୨୦୨୪ ହାତୀ ଗଣନା ଅନୁଯାୟୀ ରାଜ୍ୟରେ ୨୦୧୩ଟି ହାତୀ ରହିଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ, ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ଦାରିଦ୍ର୍ୟ ଦୂରୀକରଣ ନାଁରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ହରିଲୁଟ ହୋଇଥିବା ଗୃହରେ ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି।

୨୦୨୧-୨୨ରେ ଆର୍ଥିକ ବର୍ଷରେ ୨୮୧୪ ମାମଲାରେ ୪ କୋଟି ୨୮ ଲକ୍ଷ ୧୬ ହଜାର ଦୁର୍ନୀତି ହୋଇଥିବା ବେଳେ ୨୦୨୨-୨୩ରେ ୩୮ଟି ମାମଲାରେ ୯କୋଟି ୧୭ ଲକ୍ଷ ଟଙ୍କା ଦୁର୍ନୀତି ହୋଇଛି। ୨୦୨୩-୨୪ରେ ୨୦୩୮ମାମଲା ୧କୋଟି ୮୬ ଲକ୍ଷ ୬୦ ହଜାର ହଡ଼ପ କରାଯାଇଥିବା ମନ୍ତ୍ରୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image