ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନ୍‌ରେ: ବୁଝାଇଲେ ଜ଼ିଲାପାଳ

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ ସୋମବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଗ୍ରାଫ୍‌ ପ୍ରସ୍ତୁତକରି କରୋନା ସଂକ୍ରମଣ ସମ୍ପର୍କରେ ଏକ ଭିନ୍ନ ହିସାବ ବୁଝାଇଛନ୍ତି। ତାଙ୍କ ପକ୍ଷରୁ ଟୁଇଟ୍‌ ମାଧ୍ୟମରେ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ଗଞ୍ଜାମ ଜିଲାର ୮୧ ପ୍ରତିଶତ ଗ୍ରାମାଞ୍ଚଳ ଗ୍ରୀନ୍‌ ଜୋନ୍‌ରେ ରହିଛି। ବିଡିଓ ଓ ତାଙ୍କ ଟିମ୍‌ମାନଙ୍କ ଅକ୍ଲାନ୍ତ ପ୍ରଚେଷ୍ଟା ଓ କାର୍ଯ୍ୟ ଯୋଗୁ ଏହା ସମ୍ଭବ ହୋଇପାରିଛି। ଗତ ସପ୍ତାହରୁ ଏଥିରେ ଉନ୍ନତି ଆସିଛି। ଏଥିପାଇଁ ବିଡିିଓ ଓ ତାଙ୍କ ଷ୍ଟାଫ୍‌ଙ୍କୁ ଜ଼ିଲ୍ଲାପାଳ ସାଲୁଟ୍‌ ଜଣାଇଛନ୍ତି। ଜ଼ିଲାରେ ସମୁଦାୟ ୩୦୫୩ ଟି ଗାଁ ରହିଛି। ସେଥିରୁ ୨୪୮୨ଟି ଗାଁ ଗ୍ରୀନ୍‌ ଜୋନରେ ଥିବାବେଳେ ୫୭୧ ଟି ଗାଁ ରେଡ୍‌ ଜୋନରେ ରହିଛି। ଗ୍ରୀନ ଜୋନରେ କେହି କରୋନା ଆକ୍ଟିଭ ପଜିଟିଭ ନ ଥିବା ଜଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri