୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ ବାବୁ, ଏବେ ବି ୧୧୩୧ ମାମଲାର ଚାଲିଛି ବିଚାର

ଭୁବନେଶ୍ୱର,୧୦ା୩: ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଥିବାବେଳେ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ଏବେ ବି ୧୧୩୧ଟି ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଚାଲିଥିବା ବିଧାନସଭା ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ବିଧାୟକ ଅଗସ୍ତି ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି।

ଆଜି ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା । କଂଗ୍ରେସ ନାରୀ ନିର୍ଯାତନା ନେଇ ପ୍ରତିବାଦ କରୁଥିବା ବେଳେ ବିଜେଡି ବିଜୁ ବାବୁଙ୍କ ପ୍ରତି ରାଜ୍ୟ ସରକାର ଅସମ୍ମାନ କରିବା ଦାବିରେ ବିରୋଧ ପ୍ରଦର୍ଶନ କରୁଥିଲେ। ଏପିରିକି ଗୃହର ମଧ୍ୟଭାଗକୁ ଆସି ବିରୋଧ ପ୍ରଦର୍ଶନ କରିଥିଲେ। ଶେଷରେ ବାଚସ୍ପତି ଗୃହକୁ ୧୨ଟା ୯ ଯାଏ ମୁଲତବୀ ଘୋଷଣା କରିଥିଲେ । ତେବେ ମୁଲତବୀ ପରେ ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା ।  ବିରୋଧୀମାନେ ପୁଣି  ହଟ୍ଟଗୋଳ ଓ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ପୁଣି ଥରେ ଗୃହକୁ ଅପରାହ୍ନ ୧ଟା ଯାଏ ମୁଲତବୀ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri