ନିର୍ବାଚନ ପାଇଁ କଂଗ୍ରେସ ଦେଲା ୯ ଗ୍ୟାରେଣ୍ଟି, କ୍ଷମତାକୁ ଆସିଲେ କୃଷକଙ୍କୁ ମାସିକ ମିଳିବ ୨୦୦୦ ଟଙ୍କା

ଭୁବନେଶ୍ୱର,୧୫।୩: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ୯ ଗ୍ୟାରେଣ୍ଟି ଦେଇଛି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। କଂଗ୍ରେସ ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଥିବା ବେଳେ କ୍ଷମତାକୁ ଆସିଲେ ଏହି ଗ୍ୟାରେଣ୍ଟି କାର୍ଯ୍ୟକାରୀ ହେବ।

ଜାଣନ୍ତୁ କଂଗ୍ରେସର ୯ ଗ୍ୟାରେଣ୍ଟି…

-ବୋନସ ସହ ଧାନ ଏମଏସପି ୩୦୦୦ ଟଙ୍କା, କୃଷିଋଣ ଛାଡ, କୃଷକଙ୍କ ପାଇଁ ମାସିକ ପେନସନ ୨୦୦୦ ଟଙ୍କା
– ଉପଭୋକ୍ତାଙ୍କ ପାଇଁ ୨୦୦ ୟୁନିଟ ପର୍ଯ୍ୟନ୍ତ ବିଦ୍ୟୁତ ଦେୟ ଛାଡ
– ୫ ଲକ୍ଷ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ବ୍ୟବସ୍ଥା, ବେକାରୀ ଭତ୍ତା ମାସିକ ୩୦୦୦ ଟଙ୍କା
– ଏସଏଚଜିକୁ ବ୍ୟାଙ୍କ ଋଣ ଛାଡ, ଚିଟଫଣ୍ଡ ଅର୍ଥ ଫେରସ୍ତ
– ଗୃହଲକ୍ଷ୍ମୀ ଯୋଜନାରେ ଘରର ମହିଳା ମୁଖ୍ୟଙ୍କୁ ୨୦୦୦ ଟଙ୍କା ଭତ୍ତା
– ପ୍ରତି ପରିବାରକୁ ମାସିକ ୫୦୦ ଟଙ୍କାରେ ସିଲିଣ୍ଡର
– ସମସ୍ତଙ୍କୁ ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ସୁବିଧା
– ବାର୍ଦ୍ଧକ୍ୟ, ବିଧବା, ଦିବ୍ୟାଙ୍ଗ ଭତ୍ତା ମାସିକ ୨୦୦୦ ଟଙ୍କା
-କ୍ଷମତାକୁ ଆସିଲେ ୧୦୦ ଦିନ ଭିତରେ ରାଜ୍ୟରେ ଜାତିଭିତ୍ତିକ-ସାମାଜିକ,ଆର୍ଥିକ ସର୍ଭେ ଆରମ୍ଭ ଏବଂ ଅନୁସୂଚିିତ ଜାତି/ଜନଜାତିଙ୍କୁ ୩୫ କିଲୋ ଚାଉଳ ସହିତ ୧ କେଜି ଡାଲି, ୧ ଲିଟର ତେଲ, ୧ କେଜି ଲୁଣ ଓ ୨୫୦ ଗ୍ରାମ ହଳଦୀ ଦିଆଯିବ

 

Share