Posted inଜାତୀୟ

ରାସନ କାର୍ଡରେ ମାଗଣାରେ ମିଳିବ ୯ଟି ଜିନିଷ, ସରକାର ବଦଳାଇ ଦେଲେ ସ୍କିମ!

ନୂଆଦିଲ୍ଲୀ,୨୫।୮: ଭାରତ ସରକାର ଦେଶର ଜନତାଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଏଥିମଧ୍ୟରୁ ସରକାର ବିଭିନ୍ନ ପ୍ରକାରର ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ଆଣିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଅଧିକାଂଶ ଗରିବ ଏବଂ ଅଭାବୀ ଲୋକଙ୍କ ପାଇଁ ରହିଛି। କେନ୍ଦ୍ର ସରକାର ଗରିବ ଲୋକଙ୍କୁ ମାଗଣା ରାସନ ଯୋଗାଉଛନ୍ତି। ମାଗଣା ରାସନ ଯୋଜନା ଅଧୀନରେ ସରକାର ସମସ୍ତ ରାସନ କାର୍ଡଧାରୀଙ୍କୁ ରାସନ ପ୍ରଦାନ କରୁଛନ୍ତି।
ବର୍ତ୍ତମାନ ଏଥିରେ ଏକ ବଡ଼ ପରିବର୍ତ୍ତନ ହୋଇଛି ବୋଲି କୁହାଯାଉଛି। ପୂର୍ବରୁ ସରକାର ରାସନ କାର୍ଡଧାରୀମାନଙ୍କୁ ମାଗଣା ଚାଉଳ ଦେଉଥିଲେ। କିନ୍ତୁ ବର୍ତ୍ତମାନ ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ ମାଗଣା ଚାଉଳ ଆଉ ଉପଲବ୍ଧ ହେବ ନାହିଁ ବୋଲି ଶୁଣାଯାଉଛି। ବରଂ ମାଗଣା ଚାଉଳ ବଦଳରେ ସରକାର ବର୍ତ୍ତମାନ ୯ଟି ଜରୁରୀ ଜିନିଷ ଯୋଗାଇ ଦେବେ ବୋଲି କୁହାଯାଉଛି।
ଭାରତ ସରକାରଙ୍କ ମାଗଣା ରାସନ ଯୋଜନା ଅନୁଯାୟୀ ଦେଶର ୯୦ କୋଟି ଲୋକଙ୍କୁ ମାଗଣା ରାସନ ଦିଆଯାଉଛି। ଆଗକୁ ଯେଉଁ ମାଗଣା ଜିନିଷ ମିଳିବ ସେହି ଜିନିଷଗୁଡ଼ିକ ମଧ୍ୟରେ ରହିଛି ଗହମ, ଡାଲି, ଚଣା, ଚିନି, ଲୁଣ, ସୋରିଷ ତେଲ, ଅଟା, ସୋୟାବିନ ଏବଂ ମସଲା । ଜନତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଖାଦ୍ୟରେ ପୁଷ୍ଟିକର ସ୍ତର ବୃଦ୍ଧି କରିବାକୁ ସରକାର ଏହି ନିଷ୍ପତ୍ତି ନେଇଥିବା ଆଲୋଚନା ହେଉଛି। ଏହା ମଧ୍ୟ ଲୋକଙ୍କ ଜୀବନଶୈଳୀରେ ଉନ୍ନତି ଆଣିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ତିରୁପତିର ପ୍ରସାଦ ବିବାଦ: କଡ଼ା ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୦।୯: ତିରୁପତିର ଶ୍ରୀଭେଙ୍କଟେଶ୍ୱର ମନ୍ଦିରର ପ୍ରସାଦ ଭାବେ ଶ୍ରଦ୍ଧାଳୁମାନଙ୍କୁ ମିଳୁଥିବା ଲଡୁରେ ଗୋରୁ ଚର୍ବି, ମାଛ ତେଲ ରହିଥିବା ଏକ ଲାବରେଟୋରି ରିପୋର୍ଟରୁ ସ୍ପଷ୍ଟ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri