ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ସେଥିରୁ ୪୬୨ ଆକ୍ଟିଭ କେସ୍ ରହିଥିବା ବେଳେ ୩୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ତେବେ ନୂତନ ୯୦ ଆକ୍ରାନ୍ତଙ୍କ ମଧ୍ୟରେ ୬୩ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୨୭ ଲୋକାଲ କେସ୍ ରହିଛି। ଏହାଛଡ଼ା ୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଭାଗ ପକ୍ଷରୁ କୁହାଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 15th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/L3vLlSMW1J— BMC (@bmcbbsr) July 15, 2020