ନିୟମିତ ହେବେ ୯୨୦୦ କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ରାଜ୍ୟରେ କାର୍ଯ୍ୟରତ ୯ ହଜାର ୨୦୦ କନିଷ୍ଠ ଶିକ୍ଷକ ନିୟମିତ ହେବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି। ଯେଉଁମାନେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ନିରବିଚ୍ଛନ୍ନ ଭାବେ ୬ବର୍ଷ କାର୍ଯ୍ୟ କରିଛନ୍ତି ଓ ସେମାନଙ୍କର ଶିକ୍ଷାଦାନରେ ସରକାର ସନ୍ତୁଷ୍ଟ ହୋଇଛନ୍ତି, ସେମାନଙ୍କୁୁ ନିୟମିତ କରିବା ପାଇଁ ଥିବା ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି ଯେ, ୯୨୦୦ କନିଷ୍ଠ ଶିକ୍ଷକଙ୍କୁ ସହକାରୀ ଶିକ୍ଷକ ଗ୍ରେଡ୍‌ ଲେଭଲ-୫ (ଏ) ପ୍ରାଥମିକ କ୍ୟାଡର ଭୁକ୍ତ କରାଯାଇ ନିୟମିତ କରାଯିବ। ଶିକ୍ଷା ସହାୟକ ତଥା କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ବିଭାଗ ପକ୍ଷରୁ ୨୦୧୧ ମସିହାରେ ହୋଇଥିବା ଚିଠି ଅନୁଯାୟୀ ସୁବିଧା ଦିଆଯିବ। ଓଆର୍‌ଏସ୍‌ପି ୨୦୧୭ ଅନୁଯାୟୀ ଲେଭଲ-୬ ପେ’ ସ୍କେଲ୍‌ ପ୍ରଦାନ କରାଯିବ। ୬ବର୍ଷ ପୂରଣ କରିଥିବା ଦିନଠାରୁ ହିଁ ବକେୟା ଭାବେ ଦରମା ପ୍ରଦାନ କରାଯିବ। ଅଣତାଲିମପ୍ରାପ୍ତ ଏବଂ ଓଟିଇଟି ଉତ୍ତୀର୍ଣ୍ଣ ହୋଇ ନ ଥିଲେ ସେମାନଙ୍କୁ ନିୟମିତ ପ୍ରକ୍ରିୟାରେ ସାମିଲ କରାଯିବ ନାହିଁ। ତେବେ ନିୟମିତ ନିଯୁକ୍ତିପତ୍ର ଦେବା ପୂର୍ବରୁ ଜିଲା ପ୍ରକଳ୍ପ ସଂଯୋଜକ ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର, ତାଲିମ ପ୍ରମାଣପତ୍ର ଏବଂ ଜାତିଗତ ପ୍ରମାଣପତ୍ର ଆଦି ଯାଞ୍ଚ କରିବା ସହ ବିଭାଗ ନିକଟରେ ଦାଖଲ କରିବାକୁ ସୁନିଶ୍ଚିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…

ଭୁବନେଶ୍ୱର,୬।୧୦(ଅନିଲ ଦାସ): ରାଜ୍ୟ ଭାଜପା ସରକାରଙ୍କ ଦ୍ୱାରା ୧୬,୦୦୯ କନିଷ୍ଠଶିକ୍ଷକ (ସ୍କିମାଟିକ) ଭାବେ ଆଜି ପ୍ରଦାନ କରାଯାଉଥିବା ନିଯୁକ୍ତି ବିଜେଡି ସରକାରଙ୍କ ସମୟରେ ସମସ୍ତ କାର୍ଯ୍ୟ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮...

ଆଜିଠାରୁ ହବିଷ୍ୟାଳି ଯୋଜନାରେ ପଞ୍ଜୀକରଣ ଆରମ୍ଭ,ଶୀଘ୍ର କରନ୍ତୁ ….

ଭୁବନେଶ୍ୱର,୬।୧୦: ହବିଷ୍ୟାଳି ଯୋଜନାରେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେବ । ପୁରୀରେ ରହି ହବିଷ୍ୟ ବ୍ରତ ପାଇଁ ବ୍ରତଧାରୀ ମାନଙ୍କ ପାଇଁ ଆଜି ଠାରୁ ପଞ୍ଜୀକରଣ...

ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି...

ଆର୍‌ଆଇ, ଅମିନ ପରୀକ୍ଷା ଅନିୟମିତତା ଘଟଣା: ରିପୋର୍ଟ ମାଗିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୬ା୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା ପରିଚାଳିତ ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର ଓ ଅମିନ ପରୀକ୍ଷାରେ...

ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ...

ଖାତାକୁ ଆସିଲା ଟଙ୍କା

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍‌ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯...

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri