ବରଗଡ଼ରୁ ୯୫ ନୂଆ କରୋନା ପଜିଟିଭ୍‌: ରହିଛନ୍ତି ୩ ଶିଶୁ

ବରଗଡ଼ ଅଫିସ,୧୦।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶନିବାର ଜିଲାରେ ପୁଣି ୯୫ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୧ଜଣ ମହିଳା ଓ ୭୪ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ ଆକ୍ରାନ୍ତ ମଧ୍ୟରେ ୩ ଜଣ ଶିଶୁ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୫୩ରେ ପହଞ୍ଚିଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୬୭୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।

Share