୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଜନତା ମଇଦାନଠାରେ ୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର କ୍ରୀଡ଼ା ଯୁବ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସଭା ସଦସ୍ୟ ସୁଲତା ଦେଓ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଏମ୍‌ଏସ୍‌ଏମ୍‌ଇ ନିର୍ଦ୍ଦେଶକ ପୱନ୍‌ ଗୁପ୍ତା, ଉତ୍କଳ ହସ୍ପିଟାଲର ମୁଖ୍ୟ ପରିଚାଳନା ଅଧିକାରୀ ମାନସ ବୁଖେର, ଜୁପିଟର ଗ୍ରୁପ୍‌ର ଉପନିର୍ଦ୍ଦେଶକ ବିଶ୍ବରଞ୍ଜନ ପାତ୍ର, ଫ୍ରିଡମ୍‌ ଅଏଲର ରାଜ୍ୟ ମୁଖ୍ୟ ଅମିୟ ଧଳ, ଗୁପ୍ତା ଏଭେଣ୍ଟର ପରିଚାଳନା ନିର୍ଦ୍ଦେଶକ ସୁଜିତ କୁମାର ଗୁପ୍ତା, ଡାଇରେକ୍ଟର ପାୟଲ ଆଚାର୍ଯ୍ୟ ଗୁପ୍ତା, ପ୍ରୋପୋଟି ବ୍ରାଣ୍ଡ୍‌ର ସଚିନ ସିଂ, ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଦୀପକ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ମେଳାରେ ବିଭିନ୍ନ ରାଜ୍ୟ ଏବଂ ଦେଶ ବାହାରୁ ସେମାନଙ୍କ ସ୍ବତନ୍ତ୍ର ସାମଗ୍ରୀର ପ୍ରଦର୍ଶନୀ କରିବାକୁ ଆସିଛନ୍ତି। ବିଭିନ୍ନ ପ୍ରକାର ଜିନିଷ ସହ ପ୍ରାୟ ୨୨ଟି ରାଜ୍ୟ ଏବଂ ୧୦ଟି ଦେଶ ଭାଗ ନେଇଛନ୍ତି। ଏଠାରେ ଘରକରଣାଠାରୁ ଆରମ୍ଭକରି ବାହାରେ ବ୍ୟବହାର ଉପଯୋଗୀ ଫାଉଣ୍ଟେନ ପର୍ଯ୍ୟନ୍ତ ସମସ୍ତ ପ୍ରକାର ଜିନିଷ ସୁଲଭ ମୂଲ୍ୟରେ ପାଇପାରିବେ। ଏହି ମେଳା ଜୁନ୍‌ ୨୧ରୁ ଜୁଲାଇ ୧ ପର୍ଯ୍ୟନ୍ତ ଜନତା ମଇଦାନଠାରେ ପ୍ରତିଦିନ ଅପରାହ୍ନ ୨ଘଟିକାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାଲିବ। ଏହି ବାଣିଜ୍ୟ ମେଳାରେ ରିଅଲ ଇଷ୍ଟେଟ, କନ୍‌ଷ୍ଟ୍ରକଶନରେ ବ୍ୟବହାର ଉପଯୋଗୀ ଦ୍ରବ୍ୟ, ଫର୍ନିଚର, ଇଣ୍ଟେରିୟର, ହୋମ୍‌ ଡେକୋର, ଗୃହ ଉପଯୋଗୀ ଉପକରଣ, ଜୀବନଶୈଳୀ ଏବଂ ପୋଷାକ, ଅଟୋମୋବଇଲ, ପ୍ରାଚୀନ ଦ୍ରବ୍ୟ, ସମସ୍ତ ଭାରତୀୟ ହସ୍ତତନ୍ତ ଓ ହସ୍ତଶିଳ୍ପ, ବୁଟିକ୍‌ ଓ ବିଉଟି, ଘର ସାଜସଜ୍ଜା ଉପକରଣ, ଜାତୀୟ ଏବଂ ଅନ୍ତର୍ଜାତୀୟ ପ୍ରାଚୀନ ଦ୍ରବ୍ୟ, ଭଳି ୪୦୦୦ରୁ ଊଦ୍ଧର୍‌ବ ସାମଗ୍ରୀ ଆପଣ ପାଇପାରିବେ। ଏହା ସହ ବୁଲାବୁଲି କରି ପ୍ରତିଦିନ ସନ୍ଧ୍ୟାରେ ଫ୍ୟାଶନ ଶୋ, ଟାଲେଣ୍ଟ ହଣ୍ଟ, ରକ୍‌ ବ୍ୟାଣ୍ଡ ପ୍ରତିଯୋଗିତା, ନାମୀଦାମୀ ଓଲିଉଡ୍‌ ଓ ବଲିଉଡ୍‌ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri