ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା

ଫୁଲବାଣୀ ଅଫିସ୍‌, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ ଅଭିମନ୍ୟୁ ପଣ୍ଡା। ମିଳିଥିବା ସୁଚନା ଅନୁସାରେ ସକାଳ ପ୍ରାୟ ସାଢ଼େ ୬ଟାବେଳେ ଏକ ବାଇକରେ ଦୁଇ ଜଣ ଆସି ଅଭିମନ୍ୟୁଙ୍କୁ ଡାକିଥିଲୋ ସେମାନଙ୍କ ମଧ୍ୟରେ କଥାବାର୍ତ୍ତା ହୋଇଥିଲା। ଅଭିମନ୍ୟୁଙ୍କୁ ସେମାନେ କିଛି କାଗଜପତ୍ର ମାଗିଥିଲେ। ଏହାପରେ ଜଣେ ଯୁବକ ଯାଇ ବାଇକ ଉପରେ ବସିଥିଲୋ ଅନ୍ୟ ଜଣେ ଯୁବକ ତାଙ୍କୁ ଗୁଳି ମାରି ବାଇକରେ ବସି ଫେରାର ହୋଇ ଯାଇଥିଲେ। ୨ଟି ଗୁଳି ଅଭିମନ୍ୟୁଙ୍କ ବେକ ତଳ ଛାତିରେ ବାଜିଛି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ବାଲିଗୁଡା ମେଡିକାଲ ନେଇଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଭିମନ୍ୟୁ ଜିଲାରେ ହେଉଥିବା ବଡ ବଡ ଠିକା ସଂସ୍ଥାର କାର୍ଯ୍ୟ, ବ୍ୟବସାୟୀ ନେଉଥବା ଟେଣ୍ଡର ଆଦି ନେଇ ଆରଟିଆଇ ମାଗୁଥିବା ଜାଣିବାକୁ ମିଳିଛିା ହତ୍ୟାକାଣ୍ଡର ପ୍ରକୃତ ସତ୍ୟ ଜଣାପଡି ନ ଥିବାବେଳେ ଆରଟିଆଇକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri