ଉଦ୍ୟୋଗପତି ବି.ଏମ୍‌.ଖୈତାନଙ୍କ ପରଲୋକ

କୋଲକାତା,୨-୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। କୋଲକାତା ନିବାସୀ ଖୈତାନ ଚଳିତ ବର୍ଷ ଏପ୍ରିଲ ୨୫ରେ ଓ୍ବିଲିୟାମଶନ୍‌ ମେଗର ଗ୍ରୁପ୍‌ର କମ୍ପାନୀ ଏଭରେଡି ଏବଂ ମ୍ୟାକଲଏଡ ରସେଲର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ। ତେବେ ଉଭୟ କମ୍ପାନୀ ତାଙ୍କର ଯୋଗଦାନକୁ ଦୃଷ୍ଟିରେ ରଖି ତାଙ୍କୁ ଚେୟାରମ୍ୟାନ ଏମିରେଟସ୍‌ ଭାବେ ନିଯୁକ୍ତ କରିଥିଲା। ଦୀର୍ଘ ୪ ଦଶନ୍ଧି ଧରି ଚା’ ଉଦ୍ୟୋଗରେ ଖୈତାନଙ୍କର ଅଭିଜ୍ଞତା ଥିଲା। ସେ ବିଶ୍ୱନାଥ ଚା’ କମ୍ପାନୀର ଏମ୍‌ଡି ରହିଥିଲେ। ଏହାବ୍ୟତୀତ ସେ ୧୯୭୩ରେ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସର ଅଧ୍ୟକ୍ଷ ମଧ୍ୟ ଥିଲେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍‌ କରି ଖୈତାନଙ୍କ ପରଲୋକରେ ଶୋକବ୍ୟକ୍ତ କରିଛନ୍ତି। ବଙ୍ଗଳା ବ୍ୟବସାୟୀଙ୍କ ମଧ୍ୟରେ ସେ ବରିଷ୍ଠତମ ଥିଲେ ବୋଲି ଉଲ୍ଲେଖ କରି ମମତା କହିଛନ୍ତି ଯେ, ତାଙ୍କର ମୃତ୍ୟୁରେ ସେ ଅତ୍ୟନ୍ତ ଦୁଃଖୀ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri