ଫଟା ପାଇପ୍‌ରେ ପାନୀୟ ଜଳ ଯୋଗାଣ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ପରଜଙ୍ଗ, ୧୦।୧(ଡି.ଏନ.ଏ.)- ‘ଜଳ ହିଁ ଜୀବନ’। ଜଳ ସଂରକ୍ଷଣ ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା। ହେଲେ ଗ୍ରାମାଞ୍ଚଳରେ ଏହା କେବଳ ଲୋକଦେଖାଣିଆ ପାଲଟିଛି। କେଉଁଠି ପାଣି ପାଇଁ ଲୋକେ ଡହଳ ବିକଳ ହେଉଛନ୍ତି ତ ଆଉ କେଉଁଠି ଦାଣ୍ଡରେ ଭାସୁଛି ପିଇବା ପାଣି। ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡିହଡୋଳ ଗ୍ରାମରେ। ବିଭାଗୀୟ ଉଦାସୀନତା ଏବଂ ଅଧିକାରୀଙ୍କ ଅବହେଳା ଯୋଗୁ ଏପରି ଅବ୍ୟବସ୍ଥା ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଡିହଡୋଳ ଗ୍ରାମର ପ୍ରଧାନ ସାହି, ନନ୍ଦି ସାହି, ମଙ୍ଗଳାବାଗ ସାହି, ତଳ ସାହି, ବଡ଼ ସାହିରେ ପାଇପ୍‌ ଫାଟି ଯାଇଥିବାରୁ ପିଇବା ପାଣି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ଅନ୍ୟପଟେ ଲୋକଙ୍କୁ ଆବଶ୍ୟକତା ଅନୁଯାୟୀ ପାଣି ମିଳୁ ନ ଥିବାରୁ ସାହିବାସୀ ଭାଗବାଣ୍ଟି ୩-୪ ଗରା ଲେଖାଏ ପାଣି ନେଉଛନ୍ତି। ଲୋକଙ୍କ କହିବା କଥା, ସମ୍ପୃକ୍ତ ସାହିଗୁଡ଼ିକରେ ୧୦୦ରୁ ଊର୍ଦ୍ଧ୍ୱ ପରିବାର ବାସ କରୁଛନ୍ତି। ସେମାନଙ୍କୁ ହାତପାହାନ୍ତରେ ବିଶୁଦ୍ଧ ପିଇବା ପାଣି ଯୋଗାଇ ଦେବାକୁ ଗ୍ରାମରେ ୨ଟି ଗଭୀର ବୋରଓ୍ବେଲ ଖୋଳାଯିବା ସହ ନିର୍ମିତ ହୋଇଛି ପାଣି ଟାଙ୍କି। ଲୋକଙ୍କ ଆବଶ୍ୟକତା ମେଣ୍ଟାଇବାକୁ ପର୍ଯ୍ୟାପ୍ତ ପାଣି ଯୋଗାଣ ବି ହେଉଛି। ହେଲେ ପାଇପ୍‌ ଫାଟି ଯାଇଥିବାରୁ ଲୋକେ ସମସ୍ୟା ଭୋଗୁଛନ୍ତି। ବର୍ଷେ ହେଲା ପୁରୁଣା ପାଇପ ବଦଳାଇବାକୁ ଯୋଜନା କରାଯାଇଛି। ତାହା ବି ଅଧାପନ୍ତରିଆ ହୋଇ ରହିଛି। ଯେଉଁ କେତେକ ସ୍ଥାନରେ ନୂଆ ପାଇପ୍‌ ବିଛାଯାଇଛି, ସେଠାରେ ଷ୍ଟାଣ୍ଡପୋଷ୍ଟ ତିଆରି କରାଯାଉନାହିଁ। ଫଳରେ ବିଭାଗ ପକ୍ଷରୁ ଖର୍ଚ୍ଚ କରାଯାଉଥିବା ଲକ୍ଷାଧିକ ଟଙ୍କା ଜନହିତରେ ଆସୁ ନ ଥିବା ସାହିବାସୀ କହିଛନ୍ତି। ଅନ୍ୟପଟେ ରାସ୍ତାରେ ପାଣି ଭାସି କାଦୁଅ ହେଉଛି। ପାଣିକାଦୁଅରେ ଚାଲି ଚାଲି ଯାଉଥିବାରୁ ଚର୍ମ ରୋଗ ବ୍ୟାପୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଆଗକୁ ଖରାଦିନ ଥିବାରୁ ଅଞ୍ଚଳବାସୀ ଭୟଙ୍କର ଜଳକଷ୍ଟ ଭୋଗିବା ଆଶଙ୍କା ରହିଛି। ଏ ନେଇ ବାରମ୍ବାର ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଯାଇଥିଲେ ସୁଦ୍ଧା ଦୀର୍ଘଦିନ ଧରି ସମସ୍ୟାର ବାଟ ଫିଟୁନାହିଁ। ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି।
ଏ ନେଇ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ (୧) ତ୍ରିଲୋଚନ ପ୍ରଧାନ କୁହନ୍ତି, ସମସ୍ୟା ପ୍ରତି ଦୃଷ୍ଟି ଦିଆଯିବ। ଶୀଘ୍ର ଏହାର ସମାଧାନ କରିବାକୁ ଚେଷ୍ଟା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମଙ୍କ ବିସ୍ଫୋରକ ବୟାନ: ବିଜେଡି, ଭାଜପାର ବହୁ ନେତା….

ଭୁବନେଶ୍ୱର,୧୮।୧୦: ବରିଷ୍ଠ କଂଗ୍ରେସ ନେତା ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବଡ଼ ବୟାନ ଦେଇ କହିଛନ୍ତି, ବହୁ ବିଜେଡି ନେତା କଂଗ୍ରେସ ସହ ଯୋଗାଯୋଗରେ ଅଛନ୍ତି।...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ଭୁବନେଶ୍ୱରରେ ଏତିକି ଦିନ ଆସିବନି ପାଣି, ୱାଟକୋ କହିଲା…

ଭୁବନେଶ୍ୱର,୧୮।୧୦: ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ଜଳ ଯୋଗାଣ ବନ୍ଦ ରହିବ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ...

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri