ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର ସୁଯୋଗ ଏବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ପାଇବେ। ଏ ନେଇ ଜେଡ୍‌ଏସ୍‌ଆଇ ଓ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଥିଲା। ଜେଡ୍‌ଏସ୍‌ଆଇ ନିର୍ଦ୍ଦେଶକ ଡ. କୈଳାସ ଚନ୍ଦ୍ର ଓ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଏହି ଚୁକ୍ତିନାମାରେ ସ୍ବାକ୍ଷର କରିଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ପ୍ରାଣୀ ଓ ଉଦ୍ଭିଦ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ସମେତ ବାୟୋ ଟେକ୍ନୋଲୋଜି, ବାୟୋ କେମେଷ୍ଟ୍ରି ବିଭାଗର ବିଦ୍ୟାର୍ଥୀମାନଙ୍କୁ ଏହି ବିଶେଷ ସୁବିଧା ମିଳିବ। ଉକ୍ତ ବିଭାଗଗୁଡ଼ିକରେ ସ୍ନାତକୋତ୍ତର, ଏମ୍‌ଫିଲ୍‌ ଓ ପିଏଚ୍‌ଡି କରୁଥିବା ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜେଡ୍‌ଏସ୍‌ଆଇର କଲିକତାସ୍ଥିତ କେନ୍ଦ୍ରକୁ ପଠାଯିବ। ଏପରି କି ଜେଡ୍‌ଏସ୍‌ଆଇର ବୈଜ୍ଞାନିକମାନେ ମଧ୍ୟ ଆଗାମୀ ଦିନରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ଅତିଥି ଅଧ୍ୟାପକ ଭାବେ ଆସିବେ ବୋଲି ଏହି ଅବସରରେ କୁହାଯାଇଛି। ଜେଡ୍‌ଏସ୍‌ଆଇ ଓଡ଼ିଶାରେ ପ୍ରଥମଥର ନିମନ୍ତେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ସହ ଏପରି ଏମ୍‌ଓୟୁ ସ୍ବାକ୍ଷର କରିଛି ବୋଲି ଏହାର ନିର୍ଦ୍ଦେଶକ ଡ. କୈଳାସ କହିଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ହାସଲ ନିମନ୍ତେ ଏହା ଏକ ବିସ୍ତୃତ ପଥ ବୋଲି କୁଳପତି ପାତ୍ର କହିଛନ୍ତି। ଏହି ଅବସରରେ ବରିଷ୍ଠ ଅଧିକାରୀ ପ୍ରଫେସର ପଦନ କୁମାର ଜେନା, ପ୍ରଫେସର ସଙ୍ଗୀତା ରଥ, ଚଣ୍ଡୀ ପ୍ରସାଦ ନନ୍ଦ, କିଶୋର ଦାସ, ଡ. ଜ୍ଞାନରଞ୍ଜନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri