ଡ୍ରିମ୍ସ ଇଞ୍ଜିନିୟରିଂ କଲେଜରେ ହେବ ସ୍ବତନ୍ତ୍ର କରୋନା ହସ୍ପିଟାଲ

କଟକ ଅଫିସ,୨୮ା୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟରେ ମଧ୍ୟ ଗୁରୁବାର ତୃତୀୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଶେଷକରି କରୋନା ଆକ୍ରାନ୍ତଙ୍କ ଚିକିତ୍ସାକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ଭୁବନେଶ୍ୱର କିମ୍ସ ଏବଂ ସମ୍‌ ହସ୍ପିଟାଲ ସହାୟତାରେ ହଜାରେ ଶଯ୍ୟା ବିଶିଷ୍ଟ ୨ଟି କୋଭିଡ-୧୯ହସ୍ପିଟାଲ୍‌ ସ୍ଥାପନ ନେଇ ବୁଝାମଣାପତ୍ର ସ୍ବାକ୍ଷର କରିଥିଲେ। ଏହାର ଦିନକ ପରେ କଟକ ଜିଲାରେ ସ୍ବତନ୍ତ୍ର କରୋନା ହସ୍ପିଟାଲ ପ୍ରତିଷ୍ଠା ପାଇଁ ଡ୍ରିମ୍ସ ଇଞ୍ଜିନିୟରିଂ କଲେଜ କର୍ତ୍ତୃପକ୍ଷ ଓ ସ୍ବାସ୍ଥ୍ୟ ବିଭାଗ ମଧ୍ୟରେ ଆଉ ଏକ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଏହି ହସ୍ପିଟାଲ ଟାଙ୍ଗୀଠାରେ ଖୁବ୍‌ ଶୀଘ୍ର ଆରମ୍ଭ କରାଯିବ। କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନିଲ କୁମାର ସାମଲ, କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀ, ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ଅନ୍ନଦା ପ୍ରସାଦ ପଟ୍ଟନାୟକ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଅବଦୁଲ ଅଖତର,ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଏମ୍‌. ଆର. ଖାନଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଶୁକ୍ରବାର ଡ୍ରିମ୍ସ କଲେଜ ପରିସର ବୁଲି ଅନୁଧ୍ୟାନ କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିନିମନ୍ତେ କଲେଜର ଉଭୟ ମହିଳା ଓ ପୁରୁଷ ଛାତ୍ରାବାସର ପ୍ରାୟ ୪୫୦ଟି ପ୍ରକୋଷ୍ଠ ବ୍ୟବହାର କରାଯିବ ବୋଲି ଡ୍ରିମ୍ସ ଗ୍ରୁପ୍‌ ଅଧ୍ୟକ୍ଷ ପ୍ରମୋଦ ରାଉତ ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ ହସ୍ପିଟାଲରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକ୍ଷମ କରାଯିବ।
ଶୁକ୍ରବାର କଲେଜ ତରଫରୁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ହସ୍ତାନ୍ତର କରାଯିବା ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି। ହସ୍ପିଟାଲରେ ୪୫୦ଟି ସାଧାରଣ ଶଯ୍ୟା ସହ ସ୍ବତନ୍ତ୍ର ଭାବେ ୫୦ଟି ପ୍ରକୋଷ୍ଠରେ ୫୦ଆଇସିୟୁର ବ୍ୟବସ୍ଥା କରାଯିବ। ଏହାବ୍ୟତୀତ ବହିଃ ବିଭାଗ, ନିଦାନ ଓ ଲଣ୍ଡ୍ରି ଆଦି ସମସ୍ତ ସୁବିଧା ରୋଗୀମାନଙ୍କୁ ଦିଆଯିବ। ରୋଗୀ ସେବାରେ ନିୟୋଜିତ ହେବାକୁ ଥିବା ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀଙ୍କ ରହିବାର ବ୍ୟବସ୍ଥା ପୃଥକ୍‌ ଭାବେ କଲେଜର ଅନ୍ୟ ଏକ କ୍ୟାମ୍ପସରେ କରାଯିବ। ପ୍ରକାଶ ଯେ, ଏହି ପ୍ରସ୍ତାବିତ ହସ୍ପିଟାଲ କିଛି ଦିନ ପୂର୍ବେ ଏସ୍‌ସିବିର ବିଏସ୍‌ସି ନର୍ସିଂ କଲେଜ ବିଲ୍‌ଡିଂରେ କାର୍ଯ୍ୟକ୍ଷମ ହେବାର ଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କିଛି ବିବାଦ ଦେଖାଦେବାରୁ ଏସ୍‌ସିବି ସୁପରିଣ୍ଟେଣ୍ଡେଣ୍ଟ ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରାଇବା ପାଇଁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ...

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ନେଇ ଓକିଲ ସଂଘର ପ୍ରତିବାଦ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅସାମାଜିକ ଏବଂ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣାକୁ ନେଇ ବିରୋଧ...

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୪।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ...

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌)...

ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ୮୪% ମତଦାନ: ଆଜି ଗଣତି

କୁଜଙ୍ଗ,୫।୧୦(ମନୋଜ ପ୍ରଧାନ ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡସଭ୍ୟ ପଦ ନିମନ୍ତେ ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ପୋଲିସ...

ଯାଜପୁରରେ ବିକାଶ ନାଁରେ ୩ ପରିବାରର ଲୁଟ୍‌ ପ୍ରସଙ୍ଗ:ଜୋର୍‌ ଧରିଛି ଆରୋପ ପ୍ରତ୍ୟାରୋପ

ଯାଜପୁର,୫ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ବିକାଶ ନାମରେ ୩ ପରିବାର ଲୁଟ୍‌ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ପରେ ଉଭୟ ବିଜେଡି ଓ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri