CORONAVIRUS UPDATE: ଯାଜପୁରରେ ଆଉ ୫ ଆକ୍ରାନ୍ତ ଚିହ୍ନଟ: ତଥ୍ୟ ଜାରିକଲେ ରାଜ୍ୟ ସରକାର

ଭୁବନେଶ୍ୱର,୨।୫ (ବ୍ୟୁରୋ): ଯାଜପୁର ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏହାକୁ ମିାଶଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ ପକ୍ଷରୁ ସୂଚନା ମିଳିଛି।
ଯାଜପୁରରେ ଚିହ୍ନଟ ହୋଇଥିବା ଏହି ୫ ନୂଆ ଆକ୍ରାନ୍ତଙ୍କର କୋଲକାତା ଲିକ୍‌ ରହିଛି। ସେମାନଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ୩ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୮, ୫୬ ଓ ୬୩ ବର୍ଷ। ସେହିପରି ୨ଜଣ ମହିଳାଙ୍କ ବୟସ ୨୪ ଓ ୬୦ ବର୍ଷ। ଏହି ମହିଳା ଦ୍ୱୟ କରୋନା ପଜିଟିଭ ସଂସ୍ପର୍ଶରେ ଆସିଥିଲେ। ଏମାନେ ସମସ୍ତେ କ୍ୱାରାଣ୍ଟାଇନରେ ଥିଲେ। ତେବେ ସେମାନଙ୍କର କୌଣସି ଲକ୍ଷ୍ୟଣ ନ ଥିବା ଜଣାପଡ଼ିଛି।
ରାଜ୍ୟରେ ଏଯାବତ୍‌ ୧୫୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆକ୍ଟିଭ କେସ୍‌ ୯୮ ଥିବା ବେଳେ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରଇଚନ୍ତି। ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri