ଘରେ କଳହ ଲାଗି ରହୁଛି କି.. ଏପରି ବାସ୍ତୁଦୋଷ କାରଣ ହୋଇପାରେ; ଜାଣନ୍ତୁ ଦୂର କରିବାର ଉପାୟ..

ଘରେ କଳହ ହେବାରେ ଅନେକ କାରଣ ରହିଛି। ବାସ୍ତୁଦୋଷ ଏବଂ ଗ୍ରହଦୋଷ ଏଥିପାଇଁ ମଧ୍ୟ ଦାୟୀ। ଘରର ରଙ୍ଗ, ଘରର ଉର୍ଜା(ଶକ୍ତିଂ), ଘରେ ରହୁଥିବା ଲୋକ ଯଦି ଠିକ୍‌ ଥାନ୍ତି ତେବେ ଘରେ ସୁଖଶାନ୍ତି ରହିଥାଏ। ହେଲେ ଯଦି ଏଥିରୁ କୌଣସିଟି ଠିକ୍‌ ନ ଥାଏ ତାହେଲେ ଘରେ ଅସନ୍ତୋଷ ଦେଖାଦେଇଥାଏ। ଏଣୁ ଘରେ ଥିବା କଳହକୁ ଦୂର କରିବା ପାଇଁ ଘରର ରଙ୍ଗକୁ ଠିକ୍‌ କରାଇ ନିଅନ୍ତୁ।

-ଏଥିପାଇଁ ଘରେ କେବଳ ହାଲକା ଏବଂ ସୁନ୍ଦର ରଙ୍ଗ ବ୍ୟବହାର କରନ୍ତୁ। ଯଦି ସମ୍ଭବ ତେବେ ଲିଭିଂ ଏରିଆରେ ହାଲ୍‌କା ହଳଦିଆ, ଗୋଲାପୀ କିମ୍ବା ସବୁଜ ରଙ୍ଗ ବ୍ୟବହାର କରନ୍ତୁ। ଶୋଇବା ଗୃହରେ ଗୋଲାପୀ, ବାଇଗଣୀ ଅଥବା ସବୁଜ ରଙ୍ଗ ବ୍ୟବହାର କରନ୍ତୁ। ହେଲେ ଛାତକୁ ସବୁବେଳେ ଧଳା ରଖନ୍ତୁ।

– ଘରେ ଥିବା ସାମଗ୍ରୀ ଏବଂ ଲୋକଙ୍କଠାରୁ ଉର୍ଜା ବାହାରିଥାଏ। ଏଣୁ ଉପଯୋଗୀ ନ ଥିବା ଜିନିଷକୁ ଘରେ ରଖନ୍ତୁ ନାହିଁ। ବାସି ଖାଇବା, ଅବ୍ୟବହୃତ ଜୋତା ଏବଂ ଚପଲ ରହିଥାଏ, ସେଠାରେ ନକରାତ୍ମକ ଶକ୍ତି ଥାଏ। ଏହା ବାଦ-ବିବାଦର କାରଣ ପାଲଟେ।

– ଯେଉଁ ଘରେ ସର୍ବଦା ବଡ଼ ପାଟିରେ କଥା କୁହାଯାଏ, ଯୁକ୍ତିତର୍କ ହୋଇଥାଏ, ସେଠାରେ ବିକିରଣ ଖରାପ ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ମୁଖ୍ୟଦ୍ୱାର ସର୍ବଦା ଅନ୍ୟ କବାଟ ଅପେକ୍ଷା ବଡ଼ ହେବା ଉଚିତ। ଯଦି ଏପରି ହୋଇ ନ ଥାଏ ତେବେ ସେହି ଘରେ ସବୁବେଳେ ଟଙ୍କା ସମ୍ବନ୍ଧୀୟ ଅସୁବିଧା ହୋଇଥାଏ। ଏହାକୁ ନେଇ କଳହ ମଧ୍ୟ ହୋଇଥାଏ।

– ଗାଧୁଆଘରେ ଅଥବା ଓ୍ବାଶିଂ ମେଶିନରେ ଥିବା ଟ୍ୟାପ୍‌ରୁ ପାଣି ଟପ୍‌ ଟପ୍‌ ହୋଇ ବୋହିବା ଉଚିତ ନୁହେଁ। ଏହାକୁ ମଧ୍ୟ ବାସ୍ତୁଦୋଷ ଭାବେ ଗଣାଯାଏ। ଏହାଛଡ଼ା ଭଙ୍ଗା କାଚ ଏବଂ ଘରେ ଏଣେତେଣେ ପଡ଼ିଥିବା ବସ୍ତୁଗୁଡ଼ିକ ନକରାତ୍ମକ ଶକ୍ତି ବିସ୍ତାର କରିଥାଏ। ଏହାଦ୍ୱାରା ପରିବାର ସଦସ୍ୟ ମାନସିକ ଚାପର ସମ୍ମୁଖୀନ ହୁଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ।...

ପ୍ରେମ ହେଉଛି ସବୁ ଦୁଃଖର କାରଣ, କାହିଁକି ଏଭଳି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

ଏମିତି ଲୋକଙ୍କଠାରୁ ଦୂରରେ ରହିବାକୁ…

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର...

କାହାକୁ ଗୁରୁ କରିବା ପୂର୍ବରୁ ଜାଣନ୍ତୁ ଚାଣକ୍ୟଙ୍କ ଏହି କଥା

ଚାଣକ୍ୟ ଜଣେ ପଣ୍ଡିତ ଏବଂ ମହାନ ଶିକ୍ଷକ ଥିଲେ। ସେ ତାଙ୍କ ଚାଣକ୍ୟ ନୀତିରେ ଅନେକ ବିଷୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଗୁରୁ ହିଁ...

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ...

କୃତ୍ରିମ ବୁଦ୍ଧିମତ୍ତା

ଯଦିଓ କୃତ୍ରିମ ବୁଦ୍ଧିମତ୍ତାର ବିକାଶର ପ୍ରାରମ୍ଭିକ ପର୍ଯ୍ୟାୟ ଆମେ ବର୍ତ୍ତମାନ ଆଣିଛୁ ତଥାପି କୃତ୍ରିମ ବୁଦ୍ଧିମତ୍ତା ମାନବ ସମାଜକୁ ଅନେକ ଉପାୟରେ ଉପକୃତ କରିବାର ସାମର୍ଥ୍ୟ...

ବ୍ରେନ୍‌ ଟ୍ୟୁମର: କାରଣ, ସତର୍କତା

ମନୁଷ୍ୟ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଲା ବ୍ରେନ୍‌ ବା ମସ୍ତିଷ୍କ। ଏହା ୨୮ଟି ଛୋଟବଡ଼ ହାଡ଼କୁ ନେଇ ଗଠିତ। ଖପୁରି ଭିତରେ ମସ୍ତିଷ୍କ ସୁରକ୍ଷିତ...

ଶେଯରେ ବସି ଖାଉଥିଲେ ନିହାତି ଜାଣନ୍ତୁ..

ପୂର୍ବେ, ଲୋକମାନେ ଭୂମି ଉପରେ ଚକା ପକାଇ ଭୋଜନ କରୁଥିଲେ। କିନ୍ତୁ ପରିବର୍ତ୍ତିତ ସମୟାନୁସାରେ ଏହାର ସ୍ଥାନ ଡାଇନିଂ ଟେବୁଲ୍‌ ନେଇଗଲା। ହେଲେ ଏବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri