ଅନୁଭବଙ୍କ ଶିକ୍ଷାଗତ ଯୋଗ୍ୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବିଭିନ୍ନ ସମୟରେ ଏମ୍‌ପି ଅନୁଭବ ମହାନ୍ତି କାହାକୁ ନା କାହାକୁ ଦୁର୍ବ୍ୟବହାର କରିଛନ୍ତି। କେତେବେଳେ ମହିଳାଙ୍କୁ ପୁଣି କେତେବେଳେ ରାଜନୈତିକ ସଭାରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା କେନ୍ଦ୍ରାପଡ଼ା ଏମ୍‌ପିଙ୍କୁ ସରକାର ସୁରକ୍ଷା ଦେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ନେତା ନିଶିକାନ୍ତ ମିଶ୍ର କହିଛନ୍ତି, କେବଳ ସେତିକି ନୁହେଁ ତାଙ୍କ ଶିକ୍ଷାଗତ ଯୋଗ୍ୟତାର ପ୍ରମାଣପତ୍ର ଜାଲିଆତି ଅଭିଯୋଗ ଆସିବା ପରେ ସେ ନିଜେ ଏହାକୁ ପରୋକ୍ଷରେ ସ୍ବୀକାର କରିଥିଲେ। କିନ୍ତୁ ଏବେ ତାଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ସୂଚନା ଅଧିକାର ଆଇନ ବଳରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହା ରାଜ୍ୟବାସୀଙ୍କୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ କରିଛି। ଗତ ଫେବୃୟାରୀ ୩ରେ କଂଗ୍ରେସ ଏକ ଖବରଦାତା ସମ୍ମିଳନୀରେ ନିର୍ବାଚନ ବେଳେ ନାମାଙ୍କନ ପତ୍ର ଦାଖଲ ସମୟରେ ଏମ୍‌ପିଙ୍କ ଶିକ୍ଷାଗତ୍ୟ ଯୋଗ୍ୟତା ସମ୍ପର୍କରେ ଯେଉଁ ତଥ୍ୟ ଦେଇଥିଲେ ତାହା ଜାଲ୍‌ ବୋଲି କହିଥିଲା। ସୂଚନା ଅଧିକାର ବଳରେ ଆସିଥିବା ତଥ୍ୟ ଆଧାରରେ ଏମ୍‌ପି ବର୍ତ୍ତମାନ କନ୍ଦରପୁର କଲେଜର +୩ ବର୍ଷର ଛାତ୍ର ବୋଲି କୁହାଯାଇଥିଲା। କିନ୍ତୁ ଏବେ ଏମ୍‌ପିଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ବଳରେ ଖ୍ରୀଷ୍ଟ ମହାବିଦ୍ୟାଳୟଠାରୁ ମିଳିଥିବା ତଥ୍ୟ ଆଧାରରେ ୨୦୦୦ରେ ଅନୁଭବ ମହାନ୍ତି +୨ ପରୀକ୍ଷା ଦେଇ ଫେଲ୍‌ ହୋଇଛନ୍ତି। ବର୍ତ୍ତମାନ ତାଙ୍କ ସ୍ତ୍ରୀଙ୍କ ସଙ୍ଗିନ ଅଭିଯୋଗ ଆସିବାପରେ କଂଗ୍ରେସ ସିଧାସଳଖ ବିଜେଡି ଏବଂ ଅନୁଭବଙ୍କୁ ଟାର୍ଗେଟ କରି କହିଛି ଯେ, ଶାସକ ଦଳର ‘ମା’କୁ ସମ୍ମାନ’ ନାଁରେ କୁମ୍ଭୀର କାନ୍ଦଣା କାନ୍ଦୁଛି। ତେଣୁ ବିଜେଡି ଅନୁଭବଙ୍କ ବିରୋଧରେ ରାଜନୈତିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ନିଶିକାନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri