Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁକୁ ହରାଇଲା ମୁମ୍ବାଇ ସିଟି

ମାର୍ଗୋଆ,୬।୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ୩-୧ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ମୁମ୍ବାଇ ସମ୍ପୂର୍ଣ୍ଣ ରୂପେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ଏଥିସହିତ ୯ଟି ମ୍ୟାଚ୍‌ ଖେଳି ମୁମ୍ବାଇ ୭ଟି ବିଜୟ, ଗୋଟିଏ ପରାଜୟ ଓ ଗୋଟିଏ ଡ୍ର ସହ ମୋଟ୍‌ ୨୨ ପଏଣ୍ଟ ପାଇ ତାଲିକାରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ କରିଛି। ଆଇଏସ୍‌ଏଲ୍‌ରେ ବେଙ୍ଗାଲୁରୁ ଏଥିସହିତ ପ୍ରଥମଥର ପାଇଁ କ୍ରମାଗତ ୩ଟି ମ୍ୟାଚ୍‌ରେ ପରାଜୟ ବରଣ କରିଛି। ବେଙ୍ଗାଲୁରୁ ୯ଟି ମ୍ୟାଚ୍‌ ଖେଳି ୩ଟି ଲେଖାଏ ବିଜୟ, ପରାଜୟ ଓ ଡ୍ର ସହ ୧୨ ପଏଣ୍ଟ ପାଇ ତାଲକାର ପଞ୍ଚମ ସ୍ଥାନରେ ରହିଛି।
ମୁମ୍ବାଇ ତରଫରୁ ମୌରଟାଡା ଫଲ୍‌ ନବମ ମିନିଟ୍‌ରେ ପ୍ରଥମ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ୧୫ତମ ମିନିଟ୍‌ରେ ବିପିନ ସିଂ ଆଉ ଏକ ଗୋଲ ଦେଇ ମୁମ୍ବାଇ ୨-୦ରେ ଅଗ୍ରଣୀ କରାଇଥିଲେ। ତେବେ ମ୍ୟାଚ୍‌ର ୭୯ତମ ମିନିଟ୍‌ରେ ବେଙ୍ଗାଲୁରୁ ତରଫରୁ ଅଧିନାୟକ ସୁନୀଲ ଛେତ୍ରୀ ପେନାଲ୍ଟି ଜରିଆରେ ଗୋଲ ଦେଇ ଗୋଲ ବ୍ୟବଧାନକୁ କମାଇଥିଲେ। ଏହାର ୫ ମିନିଟ୍‌ ପରେ ବାର୍ଥୋଲୋମ୍ୟୁ ଓଗୋବେଚେ ଗୋଲ ଦେଇ ମୁମ୍ବାଇକୁ ୩-୧ରେ ଅଗ୍ରଣୀ କରାଇଥିଲେ। ଏହାପରେ ମ୍ୟାଚ୍‌ରେ ଗୋଲ ସ୍କୋର ନ ହେବାରୁ ମୁମ୍ବାଇ ବିଜୟୀ ହୋଇଥିଲା। ମୁମ୍ବାଇର ଅହମ୍ମଦ ଜାହୋଉ ୮୬ତମ ମିନିଟ୍‌ରେ ରେଡ୍‌ କାର୍ଡ ପାଇଥିଲେ। ବଲ୍‌ ପଜେସନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ମୁମ୍ବାଇ ବେଙ୍ଗାଲୁରୁଠାରୁ ଯଥେଷ୍ଟ ଆଗରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୪ ବର୍ଷ ପୂର୍ବରୁ ଟିମ୍‌ ଇଣ୍ଡିଆ ପାଇଁ ଭବିଷ୍ୟବାଣୀ କରିଥିଲେ ଜୋଫ୍ରା ଆର୍ଚର

ନୂଆଦିଲ୍ଲୀ,୧୮।୧୦: ନ୍ୟୁଜିଲ୍ୟାଣ୍ଡ ସହ ଖେଳାଯାଉଥିବା ବେଙ୍ଗାଲୁରୁ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ନିରାଶାଜନକ ବ୍ୟାଟିଂର ସାକ୍ଷୀ ହୋଇଛି। ୪୬ ସ୍କୋରରେ ପୂରା ଦଳ...

IPL 2025 ମେଗା ଅକ୍ସନର ଆସିଲା ତାରିଖ! ଜାଣନ୍ତୁ କେବେ ହେବ ଏହାର ଆୟୋଜନ

ନୂଆଦିଲ୍ଲୀ,୧୮।୧୦: IPL 2025 ର ମେଗା ନିଲାମକୁ ନେଇ ସମସ୍ତେ ବହୁତ ଉତ୍ସାହିତ ଅଛନ୍ତି। ଏବେ ଏହାର ତାରିଖ ପ୍ରକାଶ ପାଇଛି। ଏହା କୁହାଯାଉଛି ଯେ...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri