Posted inଖେଳ

୧୪୪ ବର୍ଷ ଟେଷ୍ଟ ଇତିହାସରେ ପ୍ରଥମ ବଲ୍‌ରେ ଛକା ମାରିଛନ୍ତି କେବଳ ଏହି କ୍ରିକେଟର, ଏବେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ତାଲିକାରେ ନାମ

ନୂଆଦିଲ୍ଲୀ,୮।୧: କ୍ରିକେଟର ତିନି ଫର୍ମାଟ ମଧ୍ୟରୁ ଟେଷ୍ଟ କ୍ରିକେଟ ସବୁଠାରୁ ଲମ୍ବା। ଏହା ଖେଳାଳିଙ୍କ ଧୌର୍ଯ୍ୟର ପରୀକ୍ଷା ନେଇଥାଏ। ପାଞ୍ଚ ଦିନ ଧରି ଚାଲୁଥିବା ଏହି ଫର୍ମାଟରେ ସଂଯମତାର ରକ୍ଷା କରିବାକୁ ପଡ଼ିଥାଏ। ହେଲେ କିଛି ବ୍ୟାଟ୍ସମ୍ୟାନ୍‌ ଏଭଳି ଥାନ୍ତି, ଯେଉଁମାନେ ନିଜସ୍ବ ଶୈଳୀକୁ ନେଇ ଖେଳିଥାନ୍ତି। ସେଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ହେଲେ ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌।

ଗେଲ୍‌ ଟି-୨୦ ଓ ଦିନିକିଆ କ୍ରିକେଟରେ ନିଜର ବିସ୍ଫୋରକ ପାଳି ପାଇଁ ଖ୍ୟାତ। ଏକଦା ସେ ଟେଷ୍ଟ କ୍ରିକେଟରେ ଏଭଳି କିଛି କରିଥିଲେ ଯାହାକି ୧୪୪ ବର୍ଷର ଟେଷ୍ଟ ଇତିହାସରେ କେହି କରିପାରି ନ ଥିଲେ। ଟେଷ୍ଟ ମ୍ୟାଚ୍‌ର ପ୍ରଥମ ବଲ୍‌ରେ ଛକା ମାରି ସେ ସମସ୍ତଙ୍କୁ ଚକିତ କରିଦେଇଥିଲେ।

୨୦୧୨ରେ ବାଲାଂଦେଶ ଗସ୍ତ କରିଥିଲା ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ଟିମ୍‌। ସେହି ସମୟରେ ଗେଲ୍‌ ଫର୍ମରେ ଥିଲେ ଏବଂ ଟେଷ୍ଟ କ୍ରିକେଟ ମଧ୍ୟ ଖେଳୁଥିଲେ। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା।

ଏହି ଟେଷ୍ଟ ମ୍ୟାଚ୍‌ରେ ବାଲାଂଦେଶର ସ୍ପିନର ସୋହାଗ ଗାଜି ଡେବ୍ୟୁ କରିଥିଲେ। ତାଙ୍କୁ ପ୍ରଥମ ଓଭର ବୋଲିଂ କରିବାକୁ ଅଧିନାୟକ କହିଥିଲେ। ହେଲେ ଗେଲ୍‌ ତାଙ୍କ ପ୍ରଥମ ବଲ୍‌ରେ ଛକା ମାରିଥିଲେ। ଏହାପରେ ତୃତୀୟ ବଲ୍‌ରେ ଚଉକା, ଚତୁର୍ଥ ବଲ୍‌ରେ ପୁଣି ଏକ ଛକା ମାରିଥିଲେ। ଫଳରେ ଗୋଟିଏ ଓଭରରେ ୧୮ ରନ୍‌ ହୋଇଥିଲା। ଗେଲ୍‌ ପରେ ସେହି ବୋଲରଙ୍କ ବଲ୍‌ରେ ପ୍ୟାଭିଲିୟନ୍‌କୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri