ଜବତ ଜେସିବି ଛଡ଼ାଇନେଲେ ପଥର ମାଫିଆ

ବାଣପୁର,୧ା୨(ଡି.ଏନ୍‌.ଏ): ଟାଙ୍ଗୀ ରେଞ୍ଜ ଅଧୀନ ଚକଡ଼ାପଥର ଡିପିଏଫ ଅଞ୍ଚଳରେ ପଥର ଖନନକୁ ନେଇ ରବିବାର ପଥର ମାଫିଆ ଓ ବନ ବିଭାଗର କର୍ମଚାରୀମାନେ ମୁହାଁମୁହିଁ ହୋଇଛନ୍ତି। ପଥର ମାଫିଆମାନେ ଏକ ଜବତ ଜେସିବିକୁ ବଳପୂର୍ବକ ଛଡ଼ାଇ ନେଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ରବିବାର ବନ ବିଭାଗ ପକ୍ଷରୁ ପୂର୍ବ ଯୋଜନା ମୁତାବକ ଚକଡ଼ା ପଥର ଡିପିଏଫରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ସେଠାରେ ଏକ ଜେସିବି ମାଟି କାଢି ସମତଳ କରି ପଥର କାଟିବା ପାଇଁ ପ୍ରସ୍ତୁତ ହେଉଥିଲା। ତେବେ ଉପସ୍ଥିତ ପଥରମାଫିଆମାନେ ଏହି ଚଢ଼ାଉ ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ ରାସ୍ତା ଉପରକୁ ଚାଲିଆସି ଜେସିବି ଛାଡ଼ି ଫେରାର ହୋଇଯାଇଥିଲେ। ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀମାନେ ପହଞ୍ଚତ୍ ତାହାକୁ ଜବତ କରିଥିଲେ। ପରେ ଜବତ ଜେସିବିକୁ ଅନ୍ୟ ଏକ ଚାବିରେ ଷ୍ଟାର୍ଟ କରି ଫେରୁଥିବାବେଳେ ନାଚୁଣୀ ନିକଟ ସଲପଡିହଠାରେ ପୋଲିସ ଉପସ୍ଥିତିରେ କେତେଜଣ ବ୍ୟକ୍ତି ପହଞ୍ଚତ୍ ବନ ବିଭାଗ କର୍ମଚାରୀଙ୍କଠାରୁ ଜୋରଜବରଦସ୍ତ ଜେସିବିକୁ ଛଡାଇ ନେଇଥିଲେ। ଏ ନେଇ ବନ ବିଭାଗ ପକ୍ଷରୁ ଏକ ମକଦ୍ଦମା ରୁଜ କରାଯାଇଥିବା ଜଣାପଡ଼ିଛି। ତେବେ ଏ ସମ୍ପର୍କରେ ସମ୍ପୃକ୍ତ ରେଞ୍ଜରଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ଉଲ୍ଲେଖ ଥାଉକି, ବାଣପୁର, ଗମ୍ଭାରୀମୁଣ୍ଡା, ବାଲୁଗାଁ, ନାଚୁଣି, ଟାଙ୍ଗୀ ଆଦି ଅଞ୍ଚଳରେ ପଥର ମାଫିଆଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବାକୁ ପ୍ରଶାସନ ଚେଷ୍ଟା କଲେ ସୁଦ୍ଧା ମାଫିଆମାନେ ପଥରଖଣିରୁ ମାଙ୍କଡ଼ା ପଥର ଓ ମୋରମ ଆଦି ଲୁଟି ନେବାରେ ସଫଳ ହେଉଛନ୍ତି। ଏପରିକି ଏହାକୁ କେନ୍ଦ୍ରକରି ବେଳେବେଳେ ପଥୀର ମାଫିଆଙ୍କ ସହ ବନ ବିଭାଗର କର୍ମଚାରୀଙ୍କୁ ମୁହାଁମୁହିଁ ହେବାକୁ ପଡୁଛି। ଏହା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri