Posted inଖେଳ

ମୋଇନ ଅଲିଙ୍କୁ ଅନୁମତି ଦେଲା ସିଏସ୍‌କେ

ଚେନ୍ନାଇ, ୫ା୪- ଚଳିତ ଆଇପିଏଲରେ ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି କୌଣସି ପ୍ରକାର ଲିକର ବ୍ରାଣ୍ଡର ଲୋଗୋ ଥିବା ଜର୍ସି ପିନ୍ଧିବେ ନାହିଁ। ଏ ନେଇ ସ୍ପଷ୍ଟ କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ବ୍ୟକ୍ତିଗତ ଧାର୍ମିକ ଭାବନା ଯୋଗୁ ମାଦକ ଦ୍ରବ୍ୟର ଲୋଗୋକୁ ନିଜ ଜର୍ସିରୁ ହଟାଇବା ପାଇଁ ଅନୁରୋଧ କରିଥିଲେ ଏହି ମୁସଲିମ ଅଲରାଉଣ୍ଡର।

ସିଏସ୍‌କେ ଜର୍ସିରେ ଏସ୍‌ଏନ୍‌ଜେ ୧୦୦୦୦ ନାମକ ଲିକର ବ୍ରାଣ୍ଡର ଲୋଗୋ ରହିଛି। ଏହି କମ୍ପାନୀ ଜର୍ସିର ଅନ୍ୟତମ ସ୍ପନସର। ”ସିଏସ୍‌କେ ସର୍ବଦା ତା’ର ଖେଳାଳି ଓ ସେମାନଙ୍କ ନିଷ୍ପତ୍ତିକୁ ସମ୍ମାନ ଦିଏ। ଯଦି ମାଦକ ଦ୍ରବ୍ୟର ଲୋଗୋକୁ ସେମାନେ ଜର୍ସିରେ ସ୍ଥାନ ଦେବାକୁ ଚାହାନ୍ତି ନାହିଁ, ତେବେ ଆମେ ସେମାନଙ୍କୁ ସମର୍ଥନ ଦେଉଛୁ। ଏ ଘଟଣାରେ ଆମ ସ୍ପନସର୍ସଙ୍କ କୌଣସି ଆପତ୍ତି ନାହିଁ “ ବୋଲି ଫ୍ରାଞ୍ଚାଇଜର ଜଣେ ଅଫିସିଆଲ କହିଛନ୍ତି। ତେବେ ସିଏସ୍‌କେ ଦଳରେ ସାମିଲ ହୋଇଥିବା ମୁସଲିମ ଖେଳାଳି ଏଭଳି ଅନୁରୋଧ କରିବା ପ୍ରଥମ ଘଟଣା ନୁହେଁ। ଦଳର ବରିଷ୍ଠ ସ୍ପିନର ଇମ୍ରାନ ତାହିରଙ୍କ ଜର୍ସିରେ ମଧ୍ୟ ଲିକର ବ୍ରାଣ୍ଡର ଲୋଗୋ ସ୍ଥାନ ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri