Posted inଖେଳ

ଚେନ୍ନାଇକୁ ହଟାଇ ଶୀର୍ଷରେ ଦିଲ୍ଲୀ

ଅହମ୍ମଦାବାଦ,୨।୫ : ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୬୭ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ ଛିଡ଼ା କରିଥିଲା ପଞ୍ଜାବ କିଙ୍ଗ୍ସ। ହେଲେ ପୃଥ୍ବୀ ଶ’ ଓ ଶିଖର ଧାଓ୍ବନ ଓପନିଂ ଯୋଡ଼ି ଏହାକୁ ଅତି ସାଧାରଣ ସ୍କୋରରେ ପରିଣତ କରି ଦେଇଥିଲା। ଦୁହେଁ ପାଓ୍ବରପ୍ଲେରେ ଯୋଡ଼ିଥିଲେ ୬୩ ରନ୍‌। ପୃଥ୍ବୀ (୩୯) ଆଉଟ୍‌ ହେବା ପରେ ଟପ୍‌ ଫର୍ମରେ ଥିବା ଧାଓ୍ବନ (୬୯* ରନ୍‌, ୬ ଚୌକା ଓ ୨ ଛକା) ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ସହ ମିଶି ଦଳକୁ ଦେଇଥିଲେ ବିଜୟ ଭେଟି। ଦିଲ୍ଲୀ ୧୭.୪ ଓଭରରେ ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା।

ବିଜୟ ସହ ଦଳ ପଏଣ୍ଟ ଟେବୁଲର ଶୀର୍ଷକୁ ଉଠିଛି। ଦଳ ପାଖରେ ଅଛି ସର୍ବାଧିକ ୧୨ ପଏଣ୍ଟ। ଗତ କାଲି ମୁମ୍ବାଇ ଇଣ୍ଡିଆନ୍ସ ଠାରୁ ପରାଜୟ ବରଣ କରିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦ୍ୱିତୀୟ ସ୍ଥାନକୁ ଖସିଯାଇଛି।

କାମଚଳା ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ ୫୮ ବଲରେ ଖେଳିଥିଲେ ୯୯ ରନ୍‌ର ଅପରାଜିତ ଇନିଂସ। ତାଙ୍କ ପାଳିରେ ଥିଲା ୮ ଚୌକା ଓ ୪ ଛକା। ତାଙ୍କୁ କେହି ଉଚିତ ସହଯୋଗ ଦେଇପାରି ନ ଥିଲେ। ଏହାସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୬ ଉଇକେଟ ହରାଇ ୧୬୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦିଲ୍ଲୀ ପକ୍ଷରୁ କାଗିସୋ ରବାଡା ହାତେଇଥିଲେ ୩ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri