Posted inRasifala

ରାଶିଫଳ: ସୋମବାର, ମେ ୧୭ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ସବୁ କଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରଶାସନ ଓ ଆଇନ କ୍ଷେତ୍ରରେ ସମସ୍ୟା ସମାଧାନର ସୂଚନା ପ୍ରାପ୍ତ ହେବ। ମୁଖ୍ୟ ଭାବରେ ଏକାଧିକ ଗ୍ରହ ଆପଣଙ୍କ କଥାବାର୍ତ୍ତାକୁ ଅନିୟନ୍ତ୍ରିତ କରିପାରନ୍ତି।
ବୃଷ
ବୃଷ
ଉଦ୍ଦେଶ୍ୟମୂଳକ ଭାବେ ସମ୍ପର୍କୀୟମାନଙ୍କ ସହ ବେଶ୍‌ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମିଥୁନ
ମିଥୁନ
ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିବା ସକାଶେ ମନ ବଳାଇ ପାରନ୍ତି। ନିଜର କୃତୀ ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁମାନଙ୍କ ଶ୍ରଦ୍ଧାଭାଜନ ହେବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତା ପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିବାର ସୂଚନା ମିଳେ।
କର୍କଟ
କର୍କଟ
ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ। ନିର୍ମାଣ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ। ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନରେ କିଛି ସମସ୍ୟା ଦେଖାଦେବ, କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ।
ସି˚ହ
ସି˚ହ
ପ୍ରତ୍ୟେକ ପରିସ୍ଥିତିରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ସଫଳତା ପାଇବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦିଫିକର କରିପାରନ୍ତି। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପ୍ରତିବନ୍ଧକ ମଧ୍ୟରେ ଗତି କରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ୟିବାରୁ ଏକପ୍ରକାର ଖୁସି ହେବେ।
ତୁଳା
ତୁଳା
ବିଭିନ୍ନ ଅସୁବିଧାରେ ପଡ଼ି ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।
ବିଛା
ବିଛା
ଅନ୍ୟମାନଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା ଭଲ ରହିନପାରେ। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। କିନ୍ତୁ ଜ୍ୟେଷ୍ଠା ନକ୍ଷତ୍ର ଏହାର ଠିକ୍‌ ବିପରୀତ ଫଳ ପାଇବେ।
ଧନୁ
ଧନୁ
ଆଜି ସକାଳୁ ସକାଳୁ ଏଣୁତେଣୁ ଗୁଡ଼ାଏ ଚିନ୍ତା କରି ବିବ୍ରତ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ସରକାରୀ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଉନ୍ନତି ଘଟିବାର ଶତପ୍ରତିଶତ ସମ୍ଭାବନା ରହିଛି।
ମକର
ମକର
ଆଜି ହଠାତ୍‌ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି। ଅପରାହ୍ନେ ଟେନ୍‌ସନ କମିଯିବା ସାଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। କ୍ରୋଧବଶତଃ ଯାହା ପଡିଲା ତାହା କହି ପକାଇବେ। ଫଳରେ କିଛି ସମସ୍ୟା ଆସିପାରେ ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି ଅସୁବିଧା ହେବନାହିଁ। ପରିବହନ, ଶିଳ୍ପ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ।
ମୀନମୀନ
ଆଜି ଦିନଟିରେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ। ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭ କରି ଆନନ୍ଦ ଅନୁଭବ କରିବେ। ସମସ୍ୟା ବିଜଡ଼ିତ ରହିଲେ ମଧ୍ୟ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ, ପରିବାର, ଯାନ ବାହନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ, ଆଲୋଚନା କ୍ଷେତ୍ର,...

ରାଶିଫଳ: ଗୁରୁବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ସକାଶେ ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଭଲ; କିନ୍ତୁ ଖର୍ଚ୍ଚର ସୀମା ଟପିଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ...

ରାଶିଫଳ: ବୁଧବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ ଆଜିର ରାହୁଯୁକ୍ତ ଦ୍ୱାଦଶ ଚନ୍ଦ୍ର ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି କରିବ। ଋଣ ପରିଶୋଧ, ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ। ବନ୍ଧୁମାନଙ୍କ ସାହାଯ୍ୟରୁ ଜମିଜମା ବିବାଦରେ, ପରିବହନର ଝଗଡ଼ାରେ ସମାଧାନ ହୋଇପାରିବ। ବିଭିନ୍ନ...

ରାଶିଫଳ: ସୋମବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ ଆଜି ଘରର କେତେକ ଅକୁହା କଥାକୁ ଚିନ୍ତାକରି ମନରେ ଆଲୋଡ଼ନ ସୃଷ୍ଟି ହେବ। ପରୋକ୍ଷ ଶତ୍ରୁତାଜନିତ ଭୟ ଓ ଆଶଙ୍କାରେ ବିବ୍ରତ ରହିବେ। ପରିସ୍ଥିତିର...

ରାଶିଫଳ: ରବିବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ଆଜି ବାଧକାଧିପ ରାଶିକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ ଆଗକୁ ଗୋଡ ବଢାନ୍ତୁ। ଅଫିସ୍‌ ରେ କୈାଣସି ଖବର ପାଇ ସାମୟିକ ଭାବରେ...

ରାଶିଫଳ: ଶନିବାର , ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଦୂରଯାତ୍ରା କରିପାରନ୍ତି। ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହେବେ। ପରିବାର, ଯାନବାହନ, ପରିବହନ ଏବଂ...

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜି ନବମ ଚନ୍ଦ୍ର ଯୋଗୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ଧର୍ମକାର୍ଯ୍ୟ କରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri