ବିଭିନ୍ନ ପ୍ରକଳ୍ପ କାମ ୨୦୨୨ ଜୁଲାଇ ସୁଦ୍ଧା ଶେଷ କର

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ/ପୁରୁଷୋତ୍ତମପୁର/ହିଞ୍ଜିଳିକାଟୁ(ଡି.ଏନ୍‌.ଏ)୧୧।୯: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତ କରି ସେଠାର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ ପ୍ରକଳ୍ପଗୁଡିକର ଅଗ୍ରଗତି ଅନୁଧ୍ୟାନ କରିବା ଏବଂ ପ୍ରକଳ୍ପ କେତେ ବାକି ରହିଛି ଓ କିପରି ଚାଲିଛି ସେସବୁର ବାସ୍ତବ ସ୍ଥିତି ବୁଲି ଦେଖିଛନ୍ତି। ଏହାସହ ଘଟକେଶ୍ୱର ବହୁମୁଖୀ ଯୋଜନା ଏବଂ ତାରାତାରିଣୀ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ଓ ଜାନିବିଲି ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ମଧ୍ୟ କରିଛନ୍ତି। ଉକ୍ତ ବହୁମୁଖୀ ଯୋଜନାଗୁଡିକର କାର୍ଯ୍ୟ ଦ୍ରୁତ ଗତିରେ ଚାଲିଥିବା ଜଣାପଡିଛି। ଏଥିସହ ବ୍ରହ୍ମପୁରରେ ରିଂ ରୋଡ କାର୍ଯ୍ୟ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି। କୁକୁଡାଖଣ୍ଡି ବ୍ଲକ ରୁଷିକୂଲ୍ୟା ବେସିନର ଘଡକ ନଦୀକୁ ନେଇ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏହି ପ୍ରକଳ୍ପ ମାଧ୍ୟମରେ ବ୍ରହ୍ମପୁରର ୭୫ ହଜାର ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳକୁ ଦୈନିକ ୮.୨୫ ମିଲିୟନ ଲିଟର ଜଳ ପ୍ରଦାନ କରିବ। ଏହାଦ୍ୱାରା କୁକୁଡାଖଣ୍ଡି ଏବଂ ରଙ୍ଗେଇଲୁଣ୍ଡା ବ୍ଲକର ଲୋକମାନେ ବିଶେଷ ଉପକୃତ ହେବେ। ଏହାଛଡା କୁକୁଡାଖଣ୍ଡି ତହସିଲର ୬୦୦ ହେକ୍ଟର ଜମି ଜଳସେଚିତ ହେବ। ଏଥିଲାଗି ୧୭୨ କୋଟି ଟଙ୍କା ଖର୍ଚ୍ଚ ହେବାର ଆକଳନ କରାଯାଇଛି। ୨୦୨୨ ଜୁଲାଇ ପୂର୍ବରୁ ସମସ୍ତ ପ୍ରକଳ୍ପ କାର୍ଯ୍ୟ ଶେଷ କରିବା ଲାଗି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଏହି ଅବସରରେ ତାରାତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଉନ୍ନତୀକରଣ କାର୍ଯ୍ୟ ବୁଲି ଦେଖିଛନ୍ତି। ତୃଣମୂଳସ୍ତରରେ ରହିଥିବା ସମସ୍ୟାଗୁଡିକ ତୁରନ୍ତ ଶେଷ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଏହି ଅବସରରେ ସେ ମନ୍ଦିରର ସେବାୟତମାନଙ୍କ ସହ ଆଲୋଚନା କରିଛନ୍ତି। ପରେ ଏତିହାସିକ ଜଉଗଡ଼ ଓ ବଡ଼ଖରିଡ଼ା ତାଳେଶ୍ୱର ମନ୍ଦିର ପରିସରରେ ହୋଇଥିବା ପାର୍କ ବୁଲି ଦେଖିଥିଲେ। ସେଠାରୁ ହିଞ୍ଜିଳିକାଟୁ ଗସ୍ତରେ ଯାଇ ରୂପାନ୍ତରିତ ହୋଇଥିବା ଶାସନଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ଓ ଦୁର୍ବନ୍ଧ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସନ୍ଧ୍ୟାରେ ବ୍ରହ୍ମପୁର ରାମଲିଙ୍ଗମ ପାର୍କ ପରିସରରେ ଜିଲାର ଉନ୍ନୟନ ମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଉପଜିଲାପାଳ ଭି.କୀର୍ତ୍ତିଭାସନ, ଦକ୍ଷିଣାଞ୍ଚଳ ଆରଡ଼ିସି ଟି.ଆଓ, ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri