Posted inଖେଳ

ଆଇପିଏଲ୍‌ରେ ଏହି ‘ବିରାଟ’ କାରନାମା କରିବେ କୋହଲି; ଏବେ ଯାଏ ଧୋନୀ-ରୋହିତ-ରାଇନା-କାର୍ତ୍ତିକ ହିଁ…

ନୂଆଦିଲ୍ଲୀ,୧୬।୯: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଅଧିନାୟକ ବିରାଟ କୋହଲି ଆଇପିଏଲ୍‌ର ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍‌। ସେ ଆଇପିଏଲ୍‌ ପ୍ରଥମ ସିଜିନରୁ ଆର୍‌ସିବି ସହ ଜଡ଼ିତ ଅଛନ୍ତି। ଲଗାତାର ଗୋଟିଏ ଟିମ୍‌ରୁ ଖେଳୁଥିବା ସେ ଏକମାତ୍ର ଖେଳାଳି। ଏହି ସମୟ ମଧ୍ୟରେ ସେ ଅନେକ ରେକର୍ଡ ହାସଲ କରିଛନ୍ତି। ଆସନ୍ତା ଦିନରେ ହେବାକୁ ଥିବା ଆଇପିଏଲ୍‌-୨୦୨୧ ଦ୍ୱିତୀୟ ପର୍ଯ୍ୟାୟରେ ବଡ଼ ଉପଲବ୍ଧି ହାସଲ କରିବାକୁ ଯାଉଛନ୍ତି। ସେ ମଇଦାନକୁ ଓହ୍ଲାଇବା ମାତ୍ରେ ‘ବିରାଟ’ କାରନାମା କରିବେ।

ଆଇପିଏଲ୍‌ରେ କୋହଲି ନିଜର ୨୦୦ତମ ମ୍ୟାଚ୍‌ ଖେଳିବେ। ଲିଗ୍‌ରେ ୨୦୦ ମ୍ୟାଚ୍‌ ଖେଳିଥିବା ୫ମ ଖେଳାଳି ସେ ପାଲଟିବେ। ତାଙ୍କ ପୂର୍ବରୁ ରୋହିତ ଶର୍ମା, ମହେନ୍ଦ୍ର ସିଂହ ଧୋନୀ, ଦିନେଶ କାର୍ତ୍ତିକ, ସୁରେଶ ରାଇନା ଏହି ତାଲିକାରେ ଅଛନ୍ତି। ତେବେ ଦ୍ୱିତୀୟ ସଂସ୍କରଣରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ ଆର୍‌ସିବି।
କୋହଲି ଏଯାବତ ୧୯୯ ମ୍ୟାଚ୍‌ ଖେଳିଥିବା ବେଳେ ସେଥିରେ ସେ ୬୦୭୬ ରନ୍‌ କରିଛନ୍ତି। ଏଥିରେ ୪୦ ଅର୍ଦ୍ଧଶତକ ଏବଂ ୫ ଶତକ ରହିଛି। ୨୦୨୧ ଆଇପିଏଲ୍‌ ପ୍ରଥମ ପର୍ଯ୍ୟାୟରେ କୋହଲି ୭ ମ୍ୟାଚ୍‌ ଖେଳି ସେଥିରେ ୧୯୮ ରନ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri