ଉଜ୍‌ରା ତିବ୍ବତ ପ୍ରସଙ୍ଗରେ ଆମେରିକା ପ୍ରତିନିଧି

ଓ୍ବାଶିଂଟନ/ଚାଇନା,୨୨।୧୨: ଭାରତୀୟ ବଂଶୋଦ୍ଭବ କୂଟନୀତିଜ୍ଞ ଉଜ୍‌ରା ଜେୟାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ତିବ୍ବତ ପ୍ରସଙ୍ଗରେ ସ୍ପେଶାଲ କୋଅର୍ଡିନେଟର ଭାବେ ନିଯୁକ୍ତ କରିଛନ୍ତି। ଚାଇନା ଓ ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କ ମଧ୍ୟରେ ଆଲୋଚନା ପାଇଁ ମଧ୍ୟ ତାଙ୍କୁ ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷେ ଉଜ୍‌ରାଙ୍କ ନିଯୁକ୍ତିକୁ ଚାଇନା ପକ୍ଷରୁ ବିରୋଧ କରାଯାଇଛି। ଉଜ୍‌ରାଙ୍କୁ ତିବ୍ବତ ପ୍ରସଙ୍ଗରେ ନିଯୁକ୍ତି ଦେବା ବେଜିଂ ଆଭ୍ୟନ୍ତରୀଣ ବ୍ୟାପାରରେ ଆମେରିକାର ହସ୍ତକ୍ଷେପ ବୋଲି ଚାଇନାର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଝାଓ ଲିଜିଆନ୍‌ କହିଛନ୍ତି। ସ୍ବତନ୍ତ୍ର ସଂଯୋଜକ ନିଯୁକ୍ତ ହେବା ପରେ ତିବ୍ବତ ସମ୍ପର୍କିତ ଆମେରିକା ସରକାରଙ୍କ ନୀତି, କାର୍ଯ୍ୟକ୍ରମ ଓ ପ୍ରକଳ୍ପଗୁଡ଼ିକୁ ନେଇ ସମନ୍ବୟ ରକ୍ଷା କରିବା ତାଙ୍କର ପ୍ରଥମ କର୍ତ୍ତବ୍ୟ ହେବ। ତାଙ୍କ ନିଯୁକ୍ତି ତତ୍କାଳ ଲାଗୁ ହୋଇଛି ବୋଲି ମଙ୍ଗଳବାର ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ ସୂଚନା ଦେଇଛନ୍ତି। ୧୯୫୯ରେ ଚାଇନା ଦଖଲ କରିବା ପରେ ଦଲାଇ ଲାମା ଏହି ହିମାଳୟ କ୍ଷେତ୍ରରୁ ଭାରତକୁ ପଳାୟନ କରିଥିଲେ। ସେବେଠୁ ସେ ନିର୍ବାସନରେ ରହି ଭାରତରେ ଆଶ୍ରୟ ନେଇଛନ୍ତି। ୮୬ ବର୍ଷୀୟ ଦଲାଇ ଲାମାଙ୍କୁ ଚାଇନା ଜଣେ ବିଚ୍ଛିନ୍ନତାବାଦୀ ନେତା ବିବେଚନା କରିଥାଏ। ଗତମାସରେ ଚାଇନାର ଶାସକ କମ୍ୟୁନିଷ୍ଟ ପାର୍ଟି ଓ୍ବାଙ୍ଗ୍‌ ଜୁନ୍‌ଝେଙ୍ଗ୍‌ଙ୍କୁ ତିବ୍ବତରେ ଦଳୀୟ ମୁଖ୍ୟ ନିଯୁକ୍ତ କରିଛି। ଉଇଗର ମୁସଲମାନଙ୍କ ବିରୋଧରେ ମାନବାଧିକାର ଉଲ୍ଲଂଘନରେ ଓ୍ବାଙ୍ଗ୍‌ଙ୍କ ସମ୍ପୃକ୍ତିକୁ ନେଇ ଆମେରିକା, ବ୍ରିଟେନ, ୟୁରୋପୀୟ ସଂଘ (ଇୟୁ) ଏବଂ କାନାଡା ପକ୍ଷରୁ ତାଙ୍କ ନିଯୁକ୍ତି ଉପରେ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି

ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ...

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ...

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା...

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା...

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼...

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି...

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri