ଶେଷ ଦିନରେ ୯୪,୬୦୫ ଦାଖଲ

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ଶେଷ ହୋଇଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ୨୫ତାରିଖ ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ଓ ସେହି ଦିନ ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ମୋଟ ୨,୨୯, ୦୬୨ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜାନୁୟାରୀ ୧୭ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ୧,୬୨,୨୯୭ଜଣ ଓ୍ବାର୍ଡମେମ୍ବର, ୩୪,୬୧୩ ଜଣ ସରପଞ୍ଚ, ୨୮,୧୫୩ ଜଣ ପଞ୍ଚାୟତ ସମିତି ସଭ୍ୟ ଏବଂ ୩,୯୯୯ ଜଣ ଜିଲା ପରିଷଦ ସଦସ୍ୟ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ତେବେ ଶୁକ୍ରବାର ନାମାଙ୍କନର ଶେଷ ଦିବସରେ ୯୪,୬୦୫ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ଓ୍ବାର୍ଡମେମ୍ବର ପାଇଁ ୬୫,୮୨୮ଜଣ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ସରପଞ୍ଚ ପଦବୀ ପାଇଁ ୧୪,୦୭୪, ପଞ୍ଚାୟତ ସମିତି ସଦସ୍ୟ ପାଇଁ ୧୨,୫୧୨ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ୨,୧୯୧ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ଜଣାପଡ଼ିଛି।
ଇତିମଧ୍ୟରେ ନାମାଙ୍କନ ଦାଖଲର ସମୟ ଶେଷ ହୋଇଥିବାବେଳେ ଦେବଗଡ଼ ଜିଲା ତିଳେଇବଣି ବ୍ଲକର ୫ଟି ପଞ୍ଚାୟତରେ ଜଣେ ହେଲେ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ସେହି ପଞ୍ଚାୟତଗୁଡ଼ିକ ହେଲା ପାରପୋଷି, ଝରାଗୋଗୁଆ, ଝାରମୁଣ୍ଡା, ଗଣ୍ଡାମ ଏବଂ ଡିମିରିକୁଡ଼ା। ଉକ୍ତ ଅଞ୍ଚଳରେ ମୋବାଇଲ ଫୋନ୍‌ ଟାଓ୍ବାର ନ ଥିବାରୁ ପ୍ରତିବାଦ ସ୍ବରୂପ ଚଳିତ ପଞ୍ଚାୟତ ନିର୍ବାଚନକୁ ସେଠାକାର ଲୋକମାନେ ବିରୋଧ କରିଛନ୍ତି। ଚଳିତଥର ପଞ୍ଚାୟତ ନିର୍ବାଚନରେ ମୋଟ ୯୧,୯୧୩ ୱାର୍ଡମେମ୍ବର, ୬,୭୯୪ ସରପଞ୍ଚ, ୬,୭୯୩ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲା ପରିଷଦ ସଭ୍ୟ ପଦ ପାଇଁ ଭୋଟ ଗ୍ରହଣ ହେବ। ଭୋଟଗ୍ରହଣ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ହେବ। ପୂର୍ବରୁ ଭୋଟ ଗ୍ରହଣ ସକାଳ ୭ଟାରୁ ଦିନ ୧୨ଟା ମଧ୍ୟରେ ହେଉଥିଲା। ଭୋଟ ଗ୍ରହଣ ଅବଧିକୁ ୧ ଘଣ୍ଟା ବୃଦ୍ଧି କରାଯାଇଛି।
ଚଳିତ ତ୍ରିସ୍ତରୀୟ ନିର୍ବାଚନରେ ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୦ ଭୋଟର ନିଜର ମତଦାନ କରିବେ। ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇଥିବାରୁ ଶନିବାର ଠାରୁ ପ୍ରଚାର ଆହୁରି ଜମିବ। କୋଭିଡ୍‌ କଟକଣା ସତ୍ତ୍ୱେ ପ୍ରାର୍ଥୀମାନେ ସାଙ୍ଗରେ ବହୁ ସଂଖ୍ୟକ ଲୋକଙ୍କୁ ନେଇ ପ୍ରଚାର କରୁଥିବା ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳୁଛି। ଏହାକୁ ନେଇ ରାଜ୍ୟ ନିର୍ବାଚନ କମିଶନ ଉଦ୍‌ବେଗ ପ୍ରକାଶ କରିବା ସହ ଭିଡ଼କୁ ଏଡ଼ାଇବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଭିଡ଼ ଉପରେ ନଜର ରଖିବା ପାଇଁ ଜିଲାର ଜଣେ ଡିଏସ୍‌ପି ପାହ୍ୟାର ପୋଲିସ ଅଧିକାରୀଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri