କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ ପ୍ରତିବାଦରେ କଳାବ୍ୟାଜ୍‌ ପିନ୍ଧିଲେ

ବାରିପଦା ଅଫିସ,୨୨ା୧: ମୟୂରଭଞ୍ଜ ଭାଜପା ଏମ୍‌ପି ତଥା କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଗତ ଶୁକ୍ରବାର ନିଜ କାର୍ଯ୍ୟାଳୟକୁ ଡାକି ଦୁଇ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ହାତ ଭାଙ୍ଗିବା ଘଟଣାକୁ ଜିଲା କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏହାର ବିଚାର ବିଭାଗୀୟ ତଦନ୍ତ ପାଇଁ କଂଗ୍ରେସ କର୍ମକର୍ତ୍ତାମାନେ ଜିଲାପାଳ ବିନୀତ ଭରଦ୍ୱାଜଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଅନ୍ୟପକ୍ଷରେ ଜିଲାରେ କାର୍ଯ୍ୟରତ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ପ୍ରତିବାଦ ସ୍ବରୂପ କଳାବ୍ୟାଜ୍‌ ପରିଧାନ କରିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଟୁଡୁ ଦୁଇ ଅଧିକାରୀ ଉପନିର୍ଦ୍ଦେଶକ ଅଶ୍ୱିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ନିଜ କାର୍ଯ୍ୟାଳୟକୁ ଡାକି ମାଡ଼ ମାରି ଆହତ କରିଥିବା ଅଭିଯୋଗ ହୋଇଥିଲା। ଉଭୟ ଅଧିକାରୀ ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌)ରେ ଚିକତ୍ସାଧୀନ ରହିଛନ୍ତି। ଆଇନକୁ ହାତକୁ ନେଇଥିବା କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଟାଉନ କଂଗ୍ରେସ ସଭାପତି ଶାନ୍ତନୁ ପାଲ ଓ ବରିଷ୍ଠ ଆଇନଜୀବୀ ବିଜନ ଦାସ ଜିଲାପାଳଙ୍କଠାରେ ଦାବି କରିଛନ୍ତି। ତେବେ ଭାଜପା ସରକାରରେ ଥିବା ମନ୍ତ୍ରୀମାନଙ୍କ ଗୁଣ୍ଡାଗର୍ଦ୍ଦିକୁ ନେଇ ବିଭିନ୍ନ ଦଳ ପକ୍ଷରୁ ସମାଲୋଚନା କରାଯାଉଛି। ଏହି ସଂକ୍ରାନ୍ତରେ ଜିଲା ଭାଜପା ପକ୍ଷରୁ କୌଣସି ନେତା କିମ୍ବା ବିଧାୟକ ମୁହଁ ଖୋଲୁ ନ ଥିବା ବେଳେ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଥିବା କଂଗ୍ରେସ ଅଭିଯୋଗ କରିଛି।
ଅନ୍ୟପକ୍ଷରେ ବାରମ୍ବାର କେନ୍ଦ୍ରମନ୍ତ୍ରୀଙ୍କ ଏପରି ବ୍ୟବହାରକୁ ନେଇ ଜିଲାରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀମାନେ ସୋମବାରଠାରୁ ୩ଦିନ ପଇଁ କଳାବ୍ୟାଜ୍‌ ପିନ୍ଧିବା ଆରମ୍ଭ କରିଛନ୍ତି। ଏହି ମାଡ଼ ଘଟଣାକୁ ନେଇ ଜିଲା ରାଜନୀତି ସରଗରମ ହେବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଉପରେ ଏହା କି ପ୍ରଭାବ ପକାଉଛି ତାହା ଦେଖିବାକୁ ବାକି ରହିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri