କନ୍ୟାସନ୍ତାନଙ୍କ ସୁରକ୍ଷା ନେଇ ଆଲୋଚନା

ଅନୁଗୋଳ ଅଫିସ,୨୫ ।୧କନ୍ୟା ସନ୍ତାନର ଗୁରୁତ୍ୱକୁ ଉପଲବ୍ଧି କରିବା ଓ ସେମାନଙ୍କ ସଂଖ୍ୟା ପୁଅମାନଙ୍କ ତୁଳନାରେ କିପରି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ କନ୍ୟା ଦିବସ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ପାଳିତ ହୋଇଯାଇଛି। କନ୍ୟା ଭ୍ରୂଣ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକୁ ସମାଜରୁ ବିଲୋପ କରିବା ନିମନ୍ତେ ଉଦ୍ଦିଷ୍ଟ ଆଇନକୁ କଡାକଡି ଭାବେ କାର୍ଯ୍ୟକାରୀ କରିବା ହେଉଛି ଏହି ଦିବସର ମୂଳଲକ୍ଷ୍ୟ। ଏହି ଅବସରରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କନ୍ୟା ସନ୍ତାନଙ୍କ ସୁରକ୍ଷା ଓ ସେମାନଙ୍କ ଲାଳନ ପାଳନ ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ କରିବାର ଉଦ୍ଦେଶ୍ୟ ଏବଂ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିବା ସହ ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଡା.ପୂର୍ଣ୍ଣିମା ଉଦ୍‌ଗାତା ସମାଜରେ ଦେଖା ଦେଉଥିବା ଲିଙ୍ଗଗତ ସମସ୍ୟା ଉପରେ ଆଲୋଚନା କରିଥିଲେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଧନଞ୍ଜୟ ବେହେରା ସମାଜ ଗଠନ ଦିଗରେ ମହିଳାମାନଙ୍କ ଗୁରୁ ଦାୟିତ୍ୱ ରହିଛି ବୋଲି କହିଥିଲେ। ଜିଲା ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ଦିଲୀପ ପଟ୍ଟନାୟକ ଶିଶୁ କନ୍ୟାମାନଙ୍କ ସୁରକ୍ଷା, ଯତ୍ନ ଓ ସେମାନଙ୍କ ଅଧିକାର ଉପରେ ଆଲୋକପାତ କରିଥିଲେ। ସହକାରୀ ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ଭରତ କୁମାର ସାହୁ ଓ ପିସିପିଏନ୍‌ଟିଡି ପିଏ ପର୍ଶୁରାମ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri