ଗଲଓ୍ବାନରେ ୪ ନୁହେଁ, ୧୦ ଗୁଣା ଅଧିକ ଚାଇନିଜ ସୈନ୍ୟ ପ୍ରାଣ ହରାଇଥିଲେ

ନୂଆଦିଲ୍ଲୀ,୩।୨: ୨୦୨୦ ଜୁନରେ ଗଲଓ୍ବାନ ଘାଟିରେ ଦୁଇ ଦେଶର ସୈନ୍ୟ ମୁହଁମୁହିଁ ହୋଇଥିଲେ। ଏଥିରେ ୪୨ ଚାଇନିଜ ଯବାନଙ୍କ ମୃତ୍ୟୁ ହୋଇଥିଲା, ଯାହାକି ଚାଇନା ସରକାରଙ୍କ ପକ୍ଷରୁ ଦିଆଯାଇଥିବା ତଥ୍ୟଠାରୁ ୧୦ ଗୁଣା ଅଧିକ। ତେବେ ବେଜିଂ ପକ୍ଷରୁ ଗଲଓ୍ବାନ ଘାଟି ଘଟଣାରେ ୪ ଯବାନ ପ୍ରାଣ ହରାଇଥିବା କୁହାଯାଇଥିଲା।

“ଅତିକମ୍‌ରେ ୪୨ ପିଏଲ୍‌ଏ ଯବାନ ସେହି ରାତିରେ ବୁଡ଼ି ଯାଇଥିଲେ” ବୋଲି ଅଷ୍ଟ୍ରେଲିଆନ ଖବର କାଗଜ ‘ଦି କ୍ଲାକ୍ସଅନ୍‌’ ଦାବି କରିଛି। ଏହି ଖବର କାଗଜରେ ଅନେକ ସୋସିଆଲ ମିଡିଆ ଗବେଷକଙ୍କ ଦ୍ୱାରା ପ୍ରସ୍ତୁତ ଏକ ରିପୋର୍ଟ ପ୍ରକାଶ ପାଇଛି। ଉଲ୍ଲେଖଯୋଗ୍ୟ, ୨୦୨୦ ଜୁନ ୧୫ ତାରିଖରେ ପୂର୍ବ ଲଦାଖସ୍ଥିତ ଗଲଓ୍ବାନ ଘାଟିରେ ଖଣ୍ଡଯୁଦ୍ଧରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ।

“ଚାଇନାର ଯବାନମାନେ ଜୁନ ୧୫ ତାରିଖ ରାତି ଅନ୍ଧାରରେ ଗଲଓ୍ବାନ ନଦୀର ଥଣ୍ଡା ପାଣିରେ ନଦୀ ପାର ହେବାକୁ ନିଷ୍ପତ୍ତି ନେଇଥିଲେ। ସେତେବେଳେ ତାପମାତ୍ର ଜିରୋ ତଳେ ଥାଏ। ହଠାତ୍‌ ନଦୀର ଜଳ ସ୍ତର ବୃଦ୍ଧି ପାଇବାରୁ ଅନେକ ଭାଷି ଯାଇଥିଲେ। ସେମାନଙ୍କ ମୃତଦେହକୁ ପ୍ରଥମେ ଶିକାନେ ଶ୍ମଶାନ ନିଆଯାଇଥିଲା। ସେଠାରୁ ପ୍ରତ୍ୟେକ ମୃତକଙ୍କୁ ସେମାନଙ୍କ ଗାଁଙ୍କୁ ପଠାଇଥିଲେ। ମୃତକଙ୍କ ମଧ୍ୟରୁ ଚାଇନା କେବଳ ଜଣଙ୍କୁ ଜୁନିୟର ସର୍ଜାଣ୍ଟ ଓ୍ବାଙ୍ଗ ଝୁରାନଙ୍କୁ ଶହୀଦ ବୋଲି ଦର୍ଶାଇଛି” ବୋଲି ଏହି ତାଦନ୍ତକାରୀ ଖବର କାଗଜରେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟର ନାମ ‘ଗଲଓ୍ବାନ ଡିକୋଡେଡ୍‌’ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ...

ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି

ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ...

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ...

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା...

ହାସିନାଙ୍କ ମୁଣ୍ଡରେ ଗିରଫ ତଲଓ୍ବାର! ନଭେମ୍ବର ୧୮ରେ କୋର୍ଟରେ ହାଜର ନିର୍ଦ୍ଦେଶ

ଢାକା,୧୬।୧୦: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଗୁରୁବାର ବାଂଲାଦେଶ କୋର୍ଟ ଗିରଫ ୱାରେଣ୍ଟ ଜାରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟରେ କ୍ଷମତାରୁ ହଟାଯିବା...

ଜୟଶଙ୍କରଙ୍କୁ ନେଇ ମିଛ କହୁଛି ପାକିସ୍ତାନୀ ଗଣମାଧ୍ୟମ

ନୂଆଦିଲ୍ଲୀ,୧୭।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଏସ୍‌ସିଓ ସମ୍ମିଳନୀ ଲାଗି ପାକିସ୍ତାନ ଗସ୍ତରେ ଅଛନ୍ତି। ହେଲେ ଏହି ଗସ୍ତକୁ ନେଇ ପାକିସ୍ତାନୀ ଗଣମାଧ୍ୟମ ପକ୍ଷରୁ ବଡ଼...

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି...

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri