ଯବାନ-ମାଓବାଦୀ ଗୁଳିବିନିମୟ

ଭବାନୀପାଟଣା,୨୩।୬(ସ୍ବ.ପ୍ର): କଳାହାଣ୍ଡି-କନ୍ଧମାଳ ଜିଲା ସୀମାନ୍ତ ମଦନପୁର ରାମପୁର ଥାନା ଅଧୀନ ଲୁବେନଗଡ଼ ନିକଟରେ ଥିବା ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ଯବାନ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଗୁଳି ବିନିମୟରେ କେହି ମୃତାହତ ହୋଇନାହାନ୍ତି। କଳାହାଣ୍ଡି ଏସ୍‌ପି ଅଭିଳାଶ ଜି ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଗତ କିଛି ଦିନ ହେଲା ସମ୍ପୃକ୍ତ ଅଞ୍ଚଳରେ ମାଓବାଦୀମାନେ କ୍ୟାମ୍ପ କରି ରହୁଥିବା ନେଇ ସୂଚନା ମିଳିଥିଲା। ଏନେଇ ବୁଧବାର ରାତିରେ ଏସ୍‌ଓଜି ଏବଂ ଡିଭିଏଫ ଯବାନ ପକ୍ଷରୁ ମୁଣ୍ଡାମସ୍କା ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା।

ଗୁରୁବାର ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ହେଲେ ମାଓବାଦୀମାନେ ଏହାର ସାମ୍ନା କରି ନ ପାରି ଛତ୍ର ଭଙ୍ଗ ଦେଇଥିଲେ। ଯବାନମାନେ ସର୍ଚ୍ଚ ଅପରେସନ ବେଳେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଥିଲେ। କ୍ୟାମ୍ପରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରାଯାଇଛି। ଅନ୍ୟପକ୍ଷେ ଅଞ୍ଚଳରେ କୋମ୍ବିଂ ଅପରେସନକୁ ଜୋର୍‌ଦାର କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତି। କିଛିଦିନ ତଳେ ନୂଆପଡ଼ାରେ ମାଓବାଦୀମାନେ ଏକ ବଡ଼ଧରଣର ଆକ୍ରମଣ କରିଥିଲେ। ସେହିପରି କଳାହାଣ୍ଡିରେ ମଧ୍ୟ ଏକ ବଡ଼ ଧରଣର ମାଓବାଦୀ ଆକ୍ରମଣର ଯୋଜନା କରୁଥିଲେ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri