ଗୁଗ୍‌ଲ କ୍ରୋମ ବ୍ୟବହାର କରୁଥିଲେ ହୋଇଯାନ୍ତୁ ସାବଧାନ

ନୂଆଦିଲ୍ଲୀ,୨୧।୮: ଗୁଗ୍‌ଲ କ୍ରୋମ ବେଶ୍‌ ଲୋକପ୍ରିୟ ଓ୍ବେବ-ବ୍ରାଉଜର ଅଟେ। ମୋବାଇଲ୍‌, ଲାପଟପ କିମ୍ବା କମ୍ପ୍ୟୁଟରରେ ବ୍ରାଉଜିଂ ପାଇଁ ପ୍ରାୟ ଅଧିକାଂଶ ୟୁଜର୍ସ ଗୁଗ୍‌ଲ କ୍ରୋମ ବ୍ୟବହାର କରନ୍ତି। ଗୁଗ୍‌ଲ କ୍ରୋମ ୟୁଜର୍ସଙ୍କୁ ଭାରତ ସରକାର ଚେତାବନୀ ଦେଇଛନ୍ତି। ଆଇଟି ମନ୍ତ୍ରଣାଳୟର ଇଣ୍ଡିଆନ୍‌ କମ୍ପ୍ୟୁଟର ଏମରଜେନ୍ସି ରେସପନ୍ସ ଟିମ୍‌(ସିଇଆର୍‌ଟି-ଇନ୍‌)ପକ୍ଷରୁ ଏହି ଚେତାବନୀ ଦିଆଯାଇଛି। ସିଇଆର୍‌ଟି-ଇନ ଅନୁଯାୟୀ, ଗୁଗ୍‌ଲ କ୍ରୋମରେ କିଛି ତ୍ରୁଟି ଦେଖିବାକୁ ମିଳିଛି, ଯେଉଁ କାରଣରୁ ହ୍ୟାକମାନେ ଏହାର ଫାଇଦା ଉଠାଇ ସହଜରେ କମ୍ପ୍ୟୁଟରକୁ ହ୍ୟାକ କରିପାରିବେ। ଏହି ଚେତାବନୀ କେବଳ ଡେକ୍ସଟପ୍‌ ୟୁଜର୍ସଙ୍କ ପାଇଁ ଜାରି କରାଯାଇଛି। ସିଇଆର୍‌ଟି-ଇନ ପୂର୍ବରୁ ଆପଲ ଆଇଓଏସ, ଆପଲ ଆଇପ୍ୟାଡ ଏବଂ ମାକୋସରେ ତ୍ରୁଟି ବିଷୟରେ ଚେତାବନୀ ଦେଇଥିଲା।
ହ୍ୟାକିଂକୁ ଏଡାଇବା ପାଇଁ, ୟୁଜର୍ସମାନେ ପ୍ରଥମେ ସେମାନଙ୍କର ଗୁଗ୍‌ଲ କ୍ରୋମର ଲାଟେଷ୍ଟ ଭର୍ସନ ଅପଡେଟ କରିବା ଆବଶ୍ୟକ। ଆହୁରି ମଧ୍ୟ ୟୁଜର୍ସ ଅଜ୍ଞାତ ଲିଙ୍କରେ କ୍ଲିକ କରିବା ଏବଂ ଅଜ୍ଞାତ ଭିଜ୍‌ିଟ୍‌ କରିବା ଠାରୁ ଦୂରେଇ ରହିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri