କନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘର

ଫୁଲବାଣୀ ଅଫିସ,୨୨ା୮: ଲଗାଣ ବର୍ଷାର ପ୍ରଭାବ କନ୍ଧମାଳ ଜିଲାରେ ପଡିଛି। ରବିବାର ବର୍ଷା ପୂର୍ବ ଅପେକ୍ଷା କମିଛି। ଗତ ୧୫ ତାରିଖରୁ ଦୁଇ ଦଫାରେ ହୋଇଥିବା ଲଗାଣ ବର୍ଷାରେ ଜିଲାରେ ଅନେକ କ୍ଷୟକ୍ଷତି ଘଟିଛି। ପାଖାପାଖି ୫୦୦ରୁ ଉଦ୍ଧର୍‌ବ ଘର ଭାଙ୍ଗିଥିବା ବେଳେ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବଡ ବଡ ଗଛ ଉପୁଡି ପଡିଥିବାରୁ ଦୁର୍ଗମ ଅଞ୍ଚଳଗୁଡିକରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି । ଅନେକ ସ୍ଥାନରେ ବର୍ତମାନ ସୁଦ୍ଧା ବର୍ଷା ଜଳ ଜମି ରହିଛି। ଫଳରେ କିଛି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି । ପାହାଡରୁ ମାଟି ଅତଡା ଧସି ଯାତାୟତରେ ବାଧା ସୃଷ୍ଟି ହୋଇଛି। ଫୁଲବାଣୀ ସହର ଦେଇ ପ୍ରବାହିତ ହେଉଥିବା ପିଲାସାଲୁଙ୍କି ନଦୀର ଡାକପାଲା ପୋଲ ଉପରେ ରବିବାର ମଧ୍ୟ ବର୍ଷା ଜଳ ଚାଲିଛି । ଫଳରେ ୨ ନଂ ୱାର୍ଡର ଡାମିଗାଁ, ଡାକପାଲା ଅଞ୍ଚଳ ଲୋକେ ସହରକୁ ଆସିବାରେ ସମସ୍ୟା ସୃଷ୍ଟି ହୋଇଛି। ଲଗାଣ ବର୍ଷା ଯୋଗୁଁ ଜିଲାର ଦାରିଙ୍ଗବାଡି, ଫିରିଙ୍ଗିଆ, ରାଇକିଆ, ତୁମୁଡିବନ୍ଧ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ବର୍ଷା କମିବା ପରେ ଏବେ ପ୍ରଶାସନ ପକ୍ଷରୁ ସଂପୂର୍ଣ୍ଣ କ୍ଷୟକ୍ଷତି ଆକଳନ ଆରମ୍ଭ କରାଯାଇଛି । ଫୁଲବାଣୀ ଓ ଫିରିଙ୍ଗିଆ ଠାରେ ଖୋଲା ଯାଇଥିବା ଅସ୍ଥାୟୀ ଶିବିର ରବିବାରଠାରୁ ବନ୍ଦ ରହିଥିବା ଜିଲା ଆପଦକାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ସୂଚନା ଦେଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ ଜିଲାରେ ପ୍ରାୟ ୫୪୦ ଘର ବର୍ଷା କାରଣରୁ କ୍ଷତିଗ୍ରସ୍ତ ଘର ହୋଇଥିବା ମଣ୍ଡଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri