Posted inଜାତୀୟ

ଗାଜିପୁର ସୀମାରେ ଚାଷୀଙ୍କୁ ଅଟକାଇଲା ପୋଲିସ

ନୂଆଦିଲ୍ଲୀ,୨୨।୮: ଦେଶରେ ବେକାରି ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଦରଦାମ ଆକାଶଛୁଆଁ ହୋଇଛି। ଏହାର ପ୍ରତିବାଦରେ ସୋମବାର ଦିଲ୍ଲୀର ଯନ୍ତରମନ୍ତରରେ ଭାରତୀୟ କିଷାନ ୟୁନିୟନ (ବିକେୟୁ) ପକ୍ଷରୁ କୃଷକଙ୍କ ବିଶାଳ ମହାପଞ୍ଚାୟତ ପାଇଁ ଆହ୍ବାନ ଦିଆଯାଇଥିଲା। ବିଭିନ୍ନ ରାଜ୍ୟର ଚାଷୀ ସଙ୍ଗଠନ ମହାପଞ୍ଚାୟତରେ ସାମିଲ ହୋବାକୁ ଦିଲ୍ଲୀ ଆସୁଛନ୍ତି। ଏନେଇ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଇତିମଧ୍ୟରେ ଦିଲ୍ଲୀ ଓ ଉତ୍ତରପ୍ରଦେଶକୁ ସଂଯୋଗ କରୁଥିବା ଗାଜିପୁର ସୀମାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀଙ୍କୁ ଦିଲ୍ଲୀ ପୋଲିସ ଅଟକ ରଖିଛି। ପୋଲିସ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାରିକେଡ୍‌ ଲଗାଇ ଦିଲ୍ଲୀ-ହରିୟାଣା ସୀମାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅନ୍ୟପକ୍ଷେ ଆନ୍ଦୋଳନକାରୀ ଯନ୍ତରମନ୍ତରରେ ପୋଲିସ ଲଗାଇଥିବା ବ୍ୟାରିକେଡ୍‌କୁ ଭାଙ୍ଗି ଦେଇଥିବା ସୂଚନା ମିଳିଛି।

ଚାଷୀଙ୍କ ବିକ୍ଷୋଭ ପ୍ରଦର୍ଶନ ଯୋଗୁ ଦିଲ୍ଲୀ-ଗାଜିପୁର ସୀମାରେ ୩ କିଲୋମିଟର ଲମ୍ବା ଟ୍ରାଫିକ ଜାମ୍‌ ଦେଖିବାକୁ ମିଳିଥିଲା। ଏପରିକି ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି। ଅନେକ ସ୍ଥାନରେ ଚାଷୀଙ୍କୁ ଅଟକାଇବା ପାଇଁ ରାସ୍ତାରେ କଂକ୍ରିଟ ସ୍ଲାବ୍‌ ଲଗାଯାଇଛି। ଅନ୍ୟପକ୍ଷେ ପଞ୍ଜାବରୁ କୃଷକମାନେ ଆସୁଥିବା ଏକ ବସ୍‌କୁ ପୋଲିସ ଅଟକ ରଖିଛି। ଏହାର ପ୍ରତିବାଦରେ କୃଷକମାନେ ସରକାରଙ୍କ ବିରୋଧରେ ନାରାବାଜି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri