Posted inଜାତୀୟ

‘ଦିନେ କେଜରିୱାଲଙ୍କ ଅହଙ୍କାର ଭାଙ୍ଗିବ’

ନୂଆଦିଲ୍ଲୀ,୨୨।୮: ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘରେ ସିବିଆଇ ଚଢ଼ାଉକୁ ନେଇ ରାଜନୀତି ଜୋର ଧରିଛି। ଉଭୟ ଆମ ଆଦମୀ ପାର୍ଟି ଓ ଭାଜପା ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ସୋମବାର ସିସୋଡିଆ କହିଛନ୍ତି, ଏଏପି ଭାଙ୍ଗି ଭାଜପାରେ ଯୋଗଦେଲେ ସିବିଆଇ ଏବଂ ଇଡି କେସ୍‌ ସବୁ ବନ୍ଦ ହୋଇଯିବ ବୋଲି ଭାଜପା ତାଙ୍କୁ ଅଫର୍‌ ଦେଇଛି। ସେପଟେ ଭାଜପା ଜାତୀୟ ମୁଖପାତ୍ର ଗୌରବ ଭାଟିଆ ଏକ ଖବରଦାତା ସମ୍ମିଳନୀ ଡକାଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏବଂ ସିସୋଡିଆଙ୍କୁ ଟାର୍ଗେଟ କରିଛନ୍ତି।
ସେ କହିଛନ୍ତି,ଆମ ଆଦମୀ ପାର୍ଟିର ଦୁର୍ନୀତି ଏବଂ ଭ୍ରଷ୍ଟାଚାର ଭାଜପା ଉଜାଗର କରିଛି। ମନୀଷ ସିସୋଡିଆ ଏବଂ ଆମ ଆଦମୀ ପାର୍ଟି ପାଖରେ ଏହାର କୌଣସି ଉତ୍ତର ନାହିଁ। ଆମେ ଆହୁରି ଏକ ବଡ଼ ଖୁଲାସା କରିବୁ। ମନୀଷ ସିସୋଡିଆ କହୁଛନ୍ତି ଭାଜପା ପକ୍ଷରୁ ଏକ ଅଫର୍‌ ଆସିଛି। ମୁଁ କହିବାକୁ ଚାହେଁ, ଯାହାର ଚିନ୍ତାଧାରା ଏତେ ଛୋଟ। କିଏ ଏହାକୁ ଭାଙ୍ଗିବ?
ଏଏପିକୁ ଟାର୍ଗେଟ କରି ସେ ଆହୁରି ମଧ୍ୟ କହିଛନ୍ତି, ଯଦି ତୁମେ ସଚ୍ଚୋଟ, ତେବେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ଦିଅ। ଏଏପି ସରକାର ଆଣିଥିବା ଅବକାରୀ ପଲିସିରେ କ’ଣ ଅଛି ତାହା ଜାଣିବାର ଅଧିକାର ଜନସାଧାରଣଙ୍କର ଅଛି। କେଜରିୱାଲ ଯଦି ଏତେ ସଚ୍ଚୋଟ ତେବେ ଏହାର ଉତ୍ତର ଦିଅନ୍ତୁ। ସିସୋଡିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ସେ ତାଙ୍କୁ ସମର୍ଥନ କରୁଛନ୍ତି। ଦିନେ ନା ଦିନେ କେଜରିୱାଲଙ୍କ ଅହଙ୍କାର ଭାଙ୍ଗିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅବକାରୀ ଦୁର୍ନୀତି ମାମଲାରେ ସିସୋଡିଆଙ୍କ ଅଡୁଆ ବଢିବାରେ ଲାଗିଛି। ସିବିଆଇ ଗୋଟେପଟେ ତାଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କରିଥିବା ବେଳେ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଧ୍ୟ ଆକ୍ସନ ନେବ। ମନି ଲଣ୍ଡରିଂ ଆଧାରରେ ତାଙ୍କ ବିରୋଧରେ ମାମଲା ଚାଲିବବୋଲି ଜଣାପଡିଛି। ସିବିଆଇ ପକ୍ଷରୁ ଇଡିକୁ କିଛି ଡକ୍ୟୁମେଣ୍ଟ ହସ୍ତାନ୍ତର କରାଯାଇଛି। ଏହା ପୂର୍ବରୁ ସିବିଆଇ ତରଫରୁ ସିସୋଡିଆଙ୍କ ସମେତ ୧୪ ଜଣ ଲୋକଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri