କୁନ ବେହେରାଙ୍କ ୨ଟି ଯାକ କିଡ୍‌ନୀ ଖରାପ: ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଜେନାପୁର,୨୫ା୮(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଉତ୍ତର ଆରିମୂଳ ଗଁାର କୁନ ଚନ୍ଦ୍ର ବେହେରା(୫୯) କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ୨ଟି ଯାକ କିଡ୍‌ନୀ ଖରାପ ହୋଇଯାଇଛି। ମାତ୍ର ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ସେ ଜଣେ ଦିନ ମଜୁରିଆ ହୋଇଥିବାରୁ ପାଖରେ ଚିକିତ୍ସା ପାଇଁ ଟଙ୍କା ନାହିଁ। ଫଳରେ ସେ ଘରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଦିନ ମଜୁରିଆ ଭାବେ କାମ କରି କୁନ ଯାହା ରୋଜଗାର କରନ୍ତି ସେଥିରେ ସ୍ତ୍ରୀ, ୬ ଝିଅ, ଗୋଟିଏ ପୁଅଙ୍କୁ ଚଳାଇ ନେଉଥିଲେ। ଝିଅମାନଙ୍କୁ ଧାର ଉଦ୍ଧାର କରି ବିବାହ କରାଇ ଦେଇଛନ୍ତି। କିଛିଦିନ ପରେ ତାଙ୍କ ଦେହ ଅସୁସ୍ଥ ହେବାରୁ ଯାଜପୁର ଟାଉନ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ୨ଟି ଯାକ କିଡ୍‌ନୀ ଖରାପ ହୋଇଯାଇଛି ବୋଲି ଡାକ୍ତର ପରିବାର ଲୋକଙ୍କୁ କହିଥିଲେ। ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଚିକିତ୍ସା ପାଇଁ ତାଙ୍କ ପାଖରେ ଅଧିକ ଅର୍ଥ ନ ଥିବାରୁ କିପରି ଚିକିତ୍ସିତ ହେବେ ବୋଲି ସେହି ଚିନ୍ତାରେ କୁନ ଦିନ କାଟୁଛନ୍ତି। ଯଦି ସରକାରୀ ସହାୟତା ମିଳନ୍ତା ତେବେ ସ୍ବାମୀଙ୍କ ଚିକିତ୍ସା କରାଯାଇ ପାରନ୍ତା ବୋଲି ସ୍ତ୍ରୀ ପ୍ରମୋଦିନୀ କହିଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲା ପ୍ରଶାସନ, ବଦାନ୍ୟ ବ୍ୟକ୍ତି ବା ଅନୁଷ୍ଠାନ ପକ୍ଷରୁ ତାଙ୍କ ଫୋନ ନଂ. ୭୮୭୩୦୧୩୬୫୬ରେ ଯୋଗାଯୋଗ କରି ସହଯୋଗ କରିବାକୁ ପ୍ରମୋଦିନୀ ଆକୁଳ ନିବେଦନ କରିଛନ୍ତି। ଖବରଦାତା ଅଭିମନ୍ୟୁ ଧଳ, ସାମାଜିକ କର୍ମୀ ରଞ୍ଜିତ କୁମାର ଦୋରା, ସୁଧାଂଶୁ ମହାନ୍ତି, ଅଶୋକ କୁମାର ଦାସ କୁନଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହ ସହୃଦୟ ବ୍ୟକ୍ତି ସହାୟତା କରିବାକୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri