୧୬ ଦେଶର ରାଷ୍ଟ୍ରଦୂତଙ୍କ ସହ ହେବ ଆଲୋଚନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କନ୍‌କ୍ଲେଭରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍‌, କେମିକାଲ, ଟେକ୍ସଟାଇଲ, ପେଟ୍ରୋକେମିକାଲ୍ସ କ୍ଷେତ୍ରକୁ ଗୁରୁତ୍ୱ ଦିଆଯିବ। ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଗସ୍ତର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ୧୬ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଜାପାନ, ଦକ୍ଷିଣ କୋରିଆ, ଆମେରିକା, ୟୁଏଇ, କାତାର, ଓମାନ୍‌, ବାହାରିନ୍‌, ସଉଦିଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ଲକ୍ସେମ୍‌ବର୍ଗ, ବେଲଜିୟମ, ସିଙ୍ଗାପୁର ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ, ରାଜ୍ୟର ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ଉପରୋକ୍ତ ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁବାଇରେ ମଧ୍ୟ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେଇଥିଲେ। ସେହି କାର୍ଯ୍ୟକ୍ରମରେ ରାଜ୍ୟରେ ୨୧,୦୦୦ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ନେଇ ବାଟ ଫିଟିଥିଲା।
ମଧ୍ୟପ୍ରାଚ୍ୟ ଏବଂ ଅନ୍ତର୍ଜାତୀୟ ଶିଳ୍ପସଂସ୍ଥା ମେକ୍‌ ଇନ୍‌ କନ୍‌କ୍ଲେଭ୍‌ରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଏଫ୍‌ଆଇସିସିଆଇ (ଫିକି) ଡିଜି ଅରୁଣ ଚାୱଲା, ଇନ୍‌ଭେଷ୍ଟ ଇଣ୍ଡିଆର ସିଇଓ ତଥା ଏମ୍‌ଡି ଦୀପକ ବଗଲା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଉଥିବା ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇଡ୍‌କୋ ଏମ୍‌ଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ ପ୍ରମୁଖ ଉପସ୍ଥିତ ରହିବେ।
ମୁଖ୍ୟମନ୍ତ୍ରୀ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ତୃତୀୟ ସଂସ୍କରଣ ସମ୍ପର୍କିତ ଏକ ପ୍ରେଜେଣ୍ଟେଶନ କାର୍ଯ୍ୟକ୍ରମରେ ଉପସ୍ଥାପନ କରିବେ। ଏହା ପରେ ରାଜ୍ୟ ସ୍ବାର୍ଥସମ୍ବଳିତ କେନ୍ଦ୍ର ସରକାରଙ୍କ ନିକଟରେ ପଡ଼ିରହିଥିବା କେତେକ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ସେପ୍ଟେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri